ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ନନ୍ଦିଘୋଷ ବ୍ୟୁରୋ: ରାଜ୍ୟରେ ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।   ଲୋକସେବା ଭବନରେ ଶିଳ୍ପ କ୍ଷେତ୍ରରେ... The post ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ appeared first on .

ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ନନ୍ଦିଘୋଷ ବ୍ୟୁରୋ: ରାଜ୍ୟରେ ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।   ଲୋକସେବା ଭବନରେ ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ପ୍ରସଙ୍ଗରେ ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର ଗୁଡିକ ଉପରେ ଗୁରୁତ୍ୱପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ଆଗାମୀ ୫ ବର୍ଷରେ ରାଜ୍ୟରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ପରି କ୍ଷେତ୍ରଗୁଡିକରେ ଅଧିକ ନିଯୁକ୍ତି ସମ୍ଭାବନା ରହିଛି। ତେଣୁ ଏ ସବୁ କ୍ଷେତ୍ରରେ କିପରି ଅଧିକ ଶିଳ୍ପ ପ୍ରତିଷ୍ଠା ହୋଇପାରିବ ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ଏ ସବୁ କ୍ଷେତ୍ରରେ ଓଡିଆ ଉଦ୍ୟୋଗୀମାନଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇ କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ବିଭିନ୍ନ ଆଗ୍ରହୀ ଶିଳ୍ପ ସଂସ୍ଥା ସହିତ ଆଲୋଚନା କରାଯାଇ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ।ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ବିଭିନ୍ନ କ୍ଷେତ୍ରର ଶିଳ୍ପ ପ୍ରତିଷ୍ଠାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ଉପସ୍ଥାପନା କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ୯୮୯ଟି ଶିଳ୍ପ ପ୍ରତିଷ୍ଠା ପାଇଁ ଆବେଦନ ଆସିଥିବା ବେଳେ ୬୭୪ଟି ପ୍ରକଳ୍ପ ସିଙ୍ଗିଲ ୱିଣ୍ଡୋ ଅଥରିଟି ଦ୍ୱାରା ଅନୁମୋଦନ ପାଇଛି। ସେଥି ମଧ୍ୟରୁ ୩୫୨ଟି ପ୍ରକଳ୍ପକୁ ଜମି ହସ୍ତାନ୍ତର କରାଯାଇଛି। ଏତଦ୍ ବ୍ୟତିତ ୧୮୩ଟି ପ୍ରକଳ୍ପ ଶିଳ୍ପ ସ୍ଥାପନ ପାଇଁ କାମ ଆରମ୍ଭ ହୋଇଛି। ୭୪ଟି ଶିଳ୍ପ କାର୍ଯ୍ୟକ୍ଷମ ହୋଇସାରିଛି।ସେହିପରି ରାଜ୍ୟରେ ୧୨ଟି ବୈଦେଶିକ ପୁଞ୍ଜି ବିନିଯୋଗ ପ୍ରସ୍ତାବ ରହିଛି । ୪୧ଟି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜି ନିବେଶ ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ଶିଳ୍ପ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ।

The post ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ appeared first on .