ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା ଓ ସମ୍ପାଦିକା ଶାଳିନୀ ସାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସ୍ବରଚିତ କବିତା ପାଠ କରିଥିଲେ। ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ, ଶିକ୍ଷୟିତ୍ରୀ ଗୀତା ଜାଲ, ବବିତା ନାଏକ […] The post ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ appeared first on Dharitri Odia News.
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା ଓ ସମ୍ପାଦିକା ଶାଳିନୀ ସାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସ୍ବରଚିତ କବିତା ପାଠ କରିଥିଲେ। ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ, ଶିକ୍ଷୟିତ୍ରୀ ଗୀତା ଜାଲ, ବବିତା ନାଏକ , ସୁନୀତା ମିଶ୍ର, ଜ୍ୟୋତ୍ସ୍ନାମୟୀ ତ୍ରିପାଠୀ, ଜ୍ୟୋତି ବେହେରା ଦୀପିକା କୁଲୁ, ସୀମା ଭୋଇ ପ୍ରମୁଖ କବିତାଗୁଡ଼ିକର ସମୀକ୍ଷା କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ସମ୍ମୁଖରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ରହିଥିବା ବରପୁତ୍ରମାନଙ୍କ ଜୀବନୀ ଆଧାରିତ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା। ଶିକ୍ଷୟିତ୍ରୀ ଭାରତୀ ସେଟ୍ ଧନ୍ୟବାଦ ଅର୍ପଣ କରିଥିଲେ।
The post ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ appeared first on Dharitri Odia News.