ଶିଶୁଙ୍କ ପ୍ରତିଭାକୁ ଆଗକୁ ଆଣୁଛି ‘ସୁରଭି ଶିଶୁ ମହୋତ୍ସବ’

ଲଡୁଗାଁ : ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନ୍ତର୍ନିହିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରତି ବର୍ଷ ଆୟୋଜିତ ହେଉଛି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ । କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା ଲଡୁଗାଁ କ୍ଲଷ୍ଟରରେ ସୋମବାର ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଲଡୁଗାଁ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସିଆରସିସି ଫାଲଗୁନି ବାଣୁଆଙ୍କ ତତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ […]

ଶିଶୁଙ୍କ ପ୍ରତିଭାକୁ ଆଗକୁ ଆଣୁଛି ‘ସୁରଭି ଶିଶୁ ମହୋତ୍ସବ’

ଲଡୁଗାଁ : ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନ୍ତର୍ନିହିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରତି ବର୍ଷ ଆୟୋଜିତ ହେଉଛି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ । କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା ଲଡୁଗାଁ କ୍ଲଷ୍ଟରରେ ସୋମବାର ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଲଡୁଗାଁ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସିଆରସିସି ଫାଲଗୁନି ବାଣୁଆଙ୍କ ତତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ମୁଖ୍ୟ ବକ୍ତା ଭାବେ ପ୍ରଧାନ ଶିକ୍ଷକ ବୁଦ୍ଧିରାମ ନାଏକ ସମ୍ମାନିତ ଅତିଥି ଭାବେ ରବି ନାରାୟଣ ଦାସ ଉପସ୍ଥିତ ରହି ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ୧୭ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରଥମ ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହାସହ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ବ୍ଲକ ସ୍ତରୀୟ ସୁରଭି ମହୋତ୍ସବ ପାଇଁ ଚୟନ କରାଯାଇଛି । କାର୍ଯ୍ୟକ୍ରମକୁ ଲଡୁଗାଁ କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ତ୍ରିନଥ ନାଗ ଧନ୍ୟବାଦ ଅର୍ପଣ କରିଥିଲେ ।