ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା
ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଓ କୋରାପୁଟରେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର […] The post ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା appeared first on Dharitri Odia News.
ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଓ କୋରାପୁଟରେ ଘନକୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଦକ୍ଷିଣ ଉପକୂଳବର୍ତ୍ତୀ ଜିଲା ସହ ଉତ୍ତର ଉପକୂଳବର୍ତ୍ତୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରାରେ ଉଲ୍ଲେଖନୀୟ ହ୍ରାସ ଘଟିଛି। ଅନ୍ୟାନ୍ୟ ଅଞ୍ଚଳରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍ ରେକର୍ଡ କରାଯାଇଥିବାବେଳେ ବିଶେଷକରି ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ସ୍ବାଭାବିକ ଠାରୁ କମ୍ ରହୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ବୁଧବାରଠାରୁ ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ।
ଅନ୍ୟପଟେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ମଙ୍ଗଳବାର ଓ ବୁଧବାର କଳାହାଣ୍ଡି ଏବଂ ସୁନ୍ଦରଗଡ଼ରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। କୋରାପୁଟ ଓ କନ୍ଧମାଳରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ଏଥିସହ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତ୍ସିଂହପୁର ଓ ଅନୁଗୋଳରେ ଶୀତ ଲହରି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଅପରାହ୍ନରୁ ୧୮ ତାରିଖ ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
The post ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା appeared first on Dharitri Odia News.