ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ ଜୁନା ଗାଁର ସନାତନ ସିଂ ବୋଲି ଜଣାପଡିଛି। ଗତବର୍ଷ ଏପ୍ରିଲ ମାସରେ ଏକ ପୋକ୍ସୋ ମାମଲାରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମଙ୍ଗଳବାର ଶୁଣାଣି ପାଇଁ ତାଙ୍କୁ ଏକ ଭ୍ୟାନରେ କୋର୍ଟକୁ ଅଣାଯାଇଥିଲା। କୋର୍ଟରେ ପ୍ରକ୍ରିୟା ଚାଲିଥିବା ବେଳେ ଅଭିଯୁକ୍ତ ଜଣଙ୍କ ଦ୍ୱିତୀୟ ମହଲାରୁ […] The post ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ appeared first on Dharitri Odia News.

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ ଜୁନା ଗାଁର ସନାତନ ସିଂ ବୋଲି ଜଣାପଡିଛି।

ଗତବର୍ଷ ଏପ୍ରିଲ ମାସରେ ଏକ ପୋକ୍ସୋ ମାମଲାରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମଙ୍ଗଳବାର ଶୁଣାଣି ପାଇଁ ତାଙ୍କୁ ଏକ ଭ୍ୟାନରେ କୋର୍ଟକୁ ଅଣାଯାଇଥିଲା। କୋର୍ଟରେ ପ୍ରକ୍ରିୟା ଚାଲିଥିବା ବେଳେ ଅଭିଯୁକ୍ତ ଜଣଙ୍କ ଦ୍ୱିତୀୟ ମହଲାରୁ ତଳକୁ ଡେଇଁ ପଡିଥିଲେ। ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ଚିକିତ୍ସା ଚାଳିଥିବା ଜଣାପଡିଛି।

The post ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ appeared first on Dharitri Odia News.