ଶୁଭ ମୁହୂର୍ତ୍ତରେ ଖୋଲିଲା ଭିତର ରତ୍ନ ଭଣ୍ଡାର, ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଅଳଙ୍କାର

ପୁରୀ ୧୮/୦୭:  ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୫୧ ମିନିଟ୍‌ରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର । ପୂର୍ବ ଥର ପରି ଏଥର ବି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ୧୧ଜଣିଆ ହାଇଲେବଲ କମିଟି ଭିତର ରତ୍ନ ଭଣ୍ଡାରକୁ ଯାଇଛନ୍ତି। ଗତ ୧୪ ତାରିଖରେ ବାହାର ଭଣ୍ଡାର ତାଲା ଚାବିରେ ଖୋଲିଥିବାବେଳେ ଭିତର ଭଣ୍ଡାର ତାଲା ଭଙ୍ଗା ଯାଇଥିଲା। ଉକ୍ତ ଦିନ ବାହାର ରତ୍ନ ଭଣ୍ଡାରରେ ଥିବା ସବୁ ରତ୍ନ ଅଳଙ୍କାର ସ୍ଥାନାନ୍ତର ହୋଇଥିବା ବେଳେ ଆଜି ଭିତର ଭଣ୍ଡାରରେ ରାଜରାଜୁଡ଼ା ଅମଳର ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ସବୁକୁ ସ୍ଥାନାନ୍ତର କରାଯିବ । ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ସ୍ଥିର କରାଯାଇଥିଲା। ଏହାପୂର୍ବରୁ ପୂର୍ବାହ୍ନ ୯ଟା ବେଳେ କମିଟି ସଦସ୍ୟମାନେ ରଥ ଉପରେ ଥିବା ମହାପ୍ରଭୁଙ୍କୁ ମୁଣ୍ଡିଆ ମାରି  କରି ମନ୍ଦିର ଭିତରକୁ ପଶିଥିଲେ । ଏହାପରେ ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତ ସମୟରେ ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଗଲା। ଏହାରେ ଭିତର ରତ୍ନ ଭଣ୍ଡାର ଖୋଲାଯାଇଥିବା ଜଣାଯାଇଛି। ଖଟଶେଯରେ ହୋଇଥିବା ଷ୍ଟ୍ରଙ୍ଗ ରୁମ୍‌କୁ ସବୁ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆଜି ସଂପୂର୍ଣ୍ଣ କରିବାକୁ ଆଶା ରଖାଯାଇଥିବା ଜିଲ୍ଲାପାଳ କହିଛନ୍ତି । 

ଶୁଭ ମୁହୂର୍ତ୍ତରେ ଖୋଲିଲା ଭିତର ରତ୍ନ ଭଣ୍ଡାର, ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଅଳଙ୍କାର

ପୁରୀ ୧୮/୦୭:  ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୫୧ ମିନିଟ୍‌ରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର । ପୂର୍ବ ଥର ପରି ଏଥର ବି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ୧୧ଜଣିଆ ହାଇଲେବଲ କମିଟି ଭିତର ରତ୍ନ ଭଣ୍ଡାରକୁ ଯାଇଛନ୍ତି। ଗତ ୧୪ ତାରିଖରେ ବାହାର ଭଣ୍ଡାର ତାଲା ଚାବିରେ ଖୋଲିଥିବାବେଳେ ଭିତର ଭଣ୍ଡାର ତାଲା ଭଙ୍ଗା ଯାଇଥିଲା। 

ଉକ୍ତ ଦିନ ବାହାର ରତ୍ନ ଭଣ୍ଡାରରେ ଥିବା ସବୁ ରତ୍ନ ଅଳଙ୍କାର ସ୍ଥାନାନ୍ତର ହୋଇଥିବା ବେଳେ ଆଜି ଭିତର ଭଣ୍ଡାରରେ ରାଜରାଜୁଡ଼ା ଅମଳର ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ସବୁକୁ ସ୍ଥାନାନ୍ତର କରାଯିବ । ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ସ୍ଥିର କରାଯାଇଥିଲା। 

ଏହାପୂର୍ବରୁ ପୂର୍ବାହ୍ନ ୯ଟା ବେଳେ କମିଟି ସଦସ୍ୟମାନେ ରଥ ଉପରେ ଥିବା ମହାପ୍ରଭୁଙ୍କୁ ମୁଣ୍ଡିଆ ମାରି  କରି ମନ୍ଦିର ଭିତରକୁ ପଶିଥିଲେ । ଏହାପରେ ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତ ସମୟରେ ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଗଲା। ଏହାରେ ଭିତର ରତ୍ନ ଭଣ୍ଡାର ଖୋଲାଯାଇଥିବା ଜଣାଯାଇଛି। ଖଟଶେଯରେ ହୋଇଥିବା ଷ୍ଟ୍ରଙ୍ଗ ରୁମ୍‌କୁ ସବୁ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆଜି ସଂପୂର୍ଣ୍ଣ କରିବାକୁ ଆଶା ରଖାଯାଇଥିବା ଜିଲ୍ଲାପାଳ କହିଛନ୍ତି ।