ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର,୪।୩: କମ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ପୋଲିସ  କମିଶନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂହଙ୍କ ଉପସ୍ଥିତିରେ ଓଡ଼ିଶା ପୋଲିସ ପକ୍ଷରୁ ସୋମବାର ଶୁଭୋଜିତଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ପରିବାର ଲୋକଙ୍କ ଉପସ୍ଥିତିରେ ସତ୍ୟନଗର ଶ୍ମଶାନରେ  ଶୁଭୋଜିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଭୁବନେଶର କଳ୍ପନା […] The post ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର appeared first on Dharitri Odia News.

ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର
ଭୁବନେଶ୍ୱର,୪।୩: କମ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ପୋଲିସ  କମିଶନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂହଙ୍କ ଉପସ୍ଥିତିରେ ଓଡ଼ିଶା ପୋଲିସ ପକ୍ଷରୁ ସୋମବାର ଶୁଭୋଜିତଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ପରିବାର ଲୋକଙ୍କ ଉପସ୍ଥିତିରେ ସତ୍ୟନଗର ଶ୍ମଶାନରେ  ଶୁଭୋଜିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।
ଭୁବନେଶର କଳ୍ପନା ଅଞ୍ଚଳର ବିଶ୍ୱଜିତ ସାହୁଙ୍କ ୮ ବର୍ଷୀୟ ପୁଅ ଶୁଭୋଜିତ ବିଜେବି ଇଲିଂଶ ମିଡିୟମ ସ୍କୁଲରେ ପାଠ ପୁଥିଲେ। ଗତ ବୁଧବାର ପରୀକ୍ଷା ଦେବାକୁ ଯାଇଥିବା ବେଳେ ହଠାତ୍‌ ଚେତା ହରାଇ ତଳେ ପଡ଼ି ଯାଇଥିଲେ । ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସ୍ବାସ୍ଥ୍ୟ ଅବସ୍ଥାରେ ସାମାନ୍ୟ ଉନ୍ନତି ଘଟିଥିଲା। ମାତ୍ର ଗତ ଗୁରୁବାର ଡାକ୍ତର ତାଙ୍କୁ ବ୍ରେନ ଡେଡ୍‌ ଘୋଷଣା କରିଥିଲେ। ମାତ୍ର ପରିବାର ଲୋକେ କିନ୍ତୁ ଅନ୍ୟ ଶରୀରରେ ପୁଅ ବଞ୍ଚୁ ବୋଲି ଭାବି ଅଙ୍ଗଦାନ କରିବାକୁ ନିଷ୍ପତ୍ତି ନେଇଥିଲେ।

The post ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର appeared first on Dharitri Odia News.