ଶେଷ ହେଲା ଦ୍ବିତୀୟ ପର୍ଯ୍ୟାୟ ମତଦାନ, ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ଯ

ନନ୍ଦିଘୋଷ ବ୍ୟୁରୋ : ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ।  ୧୩ ରାଜ୍ୟର ୮୮ ଆସନରେ ୧୨୧୦ ପ୍ରାର୍ଥୀଙ୍କ ଭାଗ୍ଯ... The post ଶେଷ ହେଲା ଦ୍ବିତୀୟ ପର୍ଯ୍ୟାୟ ମତଦାନ, ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ଯ appeared first on .

ଶେଷ ହେଲା ଦ୍ବିତୀୟ ପର୍ଯ୍ୟାୟ ମତଦାନ, ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ଯ

ନନ୍ଦିଘୋଷ ବ୍ୟୁରୋ : ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ।  ୧୩ ରାଜ୍ୟର ୮୮ ଆସନରେ ୧୨୧୦ ପ୍ରାର୍ଥୀଙ୍କ ଭାଗ୍ଯ ସିଲ୍। କଂଗ୍ରେସ ନେତା ରାହୁଲ ଗାନ୍ଧୀ, କେ.ସି. ଭେନୁଗୋପାଲ, ତାରିକ ଅନୱର, ଶଶୀ ଥରୁରଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଭୋଟର। ପୂର୍ବତନ ମୁଖ୍ଯମନ୍ତ୍ରୀ ଏଚ.ଡି.କୁମାରସ୍ବାମୀ, ଭୂପେଶ ବଘେଲ, କେରଳର ପୂର୍ବତନ ମୁଖ୍ଯମନ୍ତ୍ରୀ ଏକେ ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନି, ରାଜସ୍ଥାନର ପୂର୍ବତନ ମୁଖ୍ଯମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବ ପଟେଲ, ରାଜସ୍ଥାନର ପୂର୍ବତନ ମୁଖ୍ଯମନ୍ତ୍ରୀ ବସୁନ୍ଧରା ରାଜେଙ୍କ ପୁଅ ଦୁଶ୍ଯନ୍ତ ସିଂଙ୍କର ବି ହୋଇଛି ଭାଗ୍ଯ ପରୀକ୍ଷା। ସେହିପରି ଅଭିନେତ୍ରୀ ହେମାମାଳିନୀ, ଅରୁଣ ଗୋଭିଲଙ୍କର ବି ଭାଗ୍ଯ ହୋଇଛି ସିଲ୍। ମଇଦାନରେ ୧୦୦ ମହିଳା ପ୍ରାର୍ଥୀ ଥିବାବେଳେ ୩୯୦ କୋଟିପତି ପ୍ରାର୍ଥୀ ରହିଥିଲେ।  ସାରା ଦେଶବାସୀଙ୍କ ନଜର ରହିଛି କେରଳ ୱାୟନାଡ ସିଟ୍ ଉପରେ। ଏଠାରେ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେଠାରେ ଇଣ୍ଡିଆ ମେଣ୍ଟ ବିଫଳ ହୋଇଥିବାରୁ ରାହୁଲ ସଙ୍କଟର ସମ୍ମୁଖୀନ ହୋଇପାରନ୍ତି। ଆସାମର ୫ ଲୋକସଭା ଆସନ, ବିହାରର ୫, ଛତିଶଗଡ଼ ୩, କର୍ଣ୍ଣାଟକର ୧୪, କେରଳର ୨୦, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୮, ଉତ୍ତରପ୍ରଦେଶର ୮, ରାଜସ୍ଥାନର ୧୩, ପଶ୍ଚିମବଂଗର ୩ ସହ ତ୍ରିପୁରା, ମଣିପୁର ଓ ଜମ୍ମୁ କାଶ୍ମୀର ଗୋଟିଏ ଲେଖାଏ ଆସନରେ ଭୋଟ ଗ୍ରହଣ ହୋଇଛି। ମେ ୭ରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ।

The post ଶେଷ ହେଲା ଦ୍ବିତୀୟ ପର୍ଯ୍ୟାୟ ମତଦାନ, ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ଯ appeared first on .