ଶେୟାର ବଜାର କାରବାରରେ ହ୍ରାସ
ଭୁବନେଶ୍ୱର,୨୮।୫: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦ (୧୮.୮୯) ପଏଣ୍ଟ କମି ୭୫,୩୯୦ (୭୫,୩୯୦.୫୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୨୫ (୨୪.୬୫) ପଏଣ୍ଟ ହ୍ରାସ ଘଟି […] The post ଶେୟାର ବଜାର କାରବାରରେ ହ୍ରାସ appeared first on Dharitri Odia News.
ଭୁବନେଶ୍ୱର,୨୮।୫: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦ (୧୮.୮୯) ପଏଣ୍ଟ କମି ୭୫,୩୯୦ (୭୫,୩୯୦.୫୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୨୫ (୨୪.୬୫) ପଏଣ୍ଟ ହ୍ରାସ ଘଟି ୨୨, ୯୩୨ (୨୨,୯୩୨.୪୫)ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସ୍ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।
The post ଶେୟାର ବଜାର କାରବାରରେ ହ୍ରାସ appeared first on Dharitri Odia News.