ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୬।୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୩୭ (୧୩୭.୧୦) ପଏଣ୍ଟ ବଢି ୭୨,୦୨୬ (୭୨,୦୨୬.୧୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୫୨ (୫୨.୨୦) ପଏଣ୍ଟ ବୃଦ୍ଧି […] The post ଶେୟାର ବଜାରରେ ଉତ୍ସାହ appeared first on Dharitri Odia News.

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୬।୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୩୭ (୧୩୭.୧୦) ପଏଣ୍ଟ ବଢି ୭୨,୦୨୬ (୭୨,୦୨୬.୧୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୫୨ (୫୨.୨୦) ପଏଣ୍ଟ ବୃଦ୍ଧି ଘଟି ୨୧,୭୧୧ (୨୧,୭୧୦.୮୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ବୃଦ୍ଧି ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।

The post ଶେୟାର ବଜାରରେ ଉତ୍ସାହ appeared first on Dharitri Odia News.