ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚତୁର୍ଭୁଜ ନନ୍ଦଙ୍କ ଝିଅ ଆରତି(୧୧)। ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ନାବାଳିକା ଜଣକ ଶୋଇଥିବା ବେଳେ ସାପଟି କାମୁଡ଼ି ଦେଇଥିଲା। ପରେ ସେ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ନେଇଥିଲେ। ତେବେ ବୁଧବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ […] The post ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ… appeared first on Dharitri Odia News.

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚତୁର୍ଭୁଜ ନନ୍ଦଙ୍କ ଝିଅ ଆରତି(୧୧)।

ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ନାବାଳିକା ଜଣକ ଶୋଇଥିବା ବେଳେ ସାପଟି କାମୁଡ଼ି ଦେଇଥିଲା। ପରେ ସେ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ନେଇଥିଲେ। ତେବେ ବୁଧବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

The post ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ… appeared first on Dharitri Odia News.