ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୩(ଅସମାପିକା ସାହୁ): ରାଜ୍ୟ ସରକାର ଗୁରୁବାର ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ୪ଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ। ଅଣକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୫୨ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ […] The post ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର appeared first on Dharitri Odia News.

ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୩(ଅସମାପିକା ସାହୁ): ରାଜ୍ୟ ସରକାର ଗୁରୁବାର ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ୪ଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ।

ଅଣକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୫୨ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷାଧିକ ଶ୍ରମିକ ଉପକୃତ ହେବେ।

The post ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର appeared first on Dharitri Odia News.