ଶ୍ରାବଣ ମାସ ଶେଷ ସୋମବାର, ବାବା ଧବଳେଶ୍ୱର ପୀଠରେ କାଉଡିଆଙ୍କ ଜଲଲାଗି

ଆଠଗଡ଼ ୧୯/୦୮: ପବିତ୍ର ଶ୍ରାବଣ ମାସର ପଞ୍ଚମ ତଥା ଶେଷ ସୋମବାର । ଆଠଗଡ଼ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ରାତି ୨ଟାରେ ମନ୍ଦିରର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇ ସର୍ବସାଧାରଣଙ୍କ ଦର୍ଶନ ସହିତ କାଉଡ଼ିଆ ମାନେ ଜଳଲାଗି କରିଥିଲେ । ବଡ଼ସିଂହାର ବେଶରେ ବାବା ଧବଳେଶ୍ୱର ଦର୍ଶନ ଦେଉଥିବା ବେଳେ ପୀଠକୁ ସଂଯୋଗ କରୁଥିବା ସ୍ଥାୟୀ କଂକ୍ରିଟ ସେତୁ ଦେଇ ଶ୍ରାବଣୀ ଲିଙ୍ଗରେ ଜଳଲାଗି କରିଛନ୍ତି ହଜାର ହଜାର କାଉଡ଼ିଆ । ପ୍ରଶାସନ ପକ୍ଷରୁ ବ୍ୟାରିକେଟ ବ୍ୟବସ୍ଥା କରାଯିବା ସହ ଭିଡକୁ ଦୃଷ୍ଟିରେ ରଖି ପିଠ ମଧ୍ୟକୁ ବାହୁଙ୍ଗୀକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । କଂକ୍ରିଟ ସେତୁ ପୂର୍ବରୁ କାଉଡିଆ ମାନେ ବାହୁଙ୍ଗୀ ରଖି କେବଳ ଜଳକଳଷ ଧରି ପୀଠ ଭିତରକୁ ପ୍ରବେଶ କରି ବାବା ଧବଳେଶ୍ୱରଙ୍କ ଶ୍ରାବଣୀ ଲିଙ୍ଗରେ ଜଳ ଲାଗି କରିଛନ୍ତି । ଚଳିତ ବର୍ଷ ପୂଜକ ସମିତି ଏବଂ ପ୍ରଶାସନ ପକ୍ଷରୁ କାଉଡ଼ିଆ ଆଣୁଥିବା ପ୍ଲାଷ୍ଟିକ କଳସିକୁ ପୀଠ ମଧ୍ୟକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି କେବଳ ମାଟି କିମ୍ବା ପିତଳ କିମ୍ବା ତମ୍ବା କଳସରେ ଜଳ ଆଣିବା ପାଇଁ ଆବେଦନ କରାଯାଇଛି । ସେପଟେ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିଶ ଫୋର୍ସ ମୁତୟନ କରାଯାଇଛି  ।  

ଶ୍ରାବଣ ମାସ ଶେଷ ସୋମବାର, ବାବା ଧବଳେଶ୍ୱର ପୀଠରେ କାଉଡିଆଙ୍କ ଜଲଲାଗି

ଆଠଗଡ଼ ୧୯/୦୮: ପବିତ୍ର ଶ୍ରାବଣ ମାସର ପଞ୍ଚମ ତଥା ଶେଷ ସୋମବାର । ଆଠଗଡ଼ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ରାତି ୨ଟାରେ ମନ୍ଦିରର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇ ସର୍ବସାଧାରଣଙ୍କ ଦର୍ଶନ ସହିତ କାଉଡ଼ିଆ ମାନେ ଜଳଲାଗି କରିଥିଲେ । 

ବଡ଼ସିଂହାର ବେଶରେ ବାବା ଧବଳେଶ୍ୱର ଦର୍ଶନ ଦେଉଥିବା ବେଳେ ପୀଠକୁ ସଂଯୋଗ କରୁଥିବା ସ୍ଥାୟୀ କଂକ୍ରିଟ ସେତୁ ଦେଇ ଶ୍ରାବଣୀ ଲିଙ୍ଗରେ ଜଳଲାଗି କରିଛନ୍ତି ହଜାର ହଜାର କାଉଡ଼ିଆ । ପ୍ରଶାସନ ପକ୍ଷରୁ ବ୍ୟାରିକେଟ ବ୍ୟବସ୍ଥା କରାଯିବା ସହ ଭିଡକୁ ଦୃଷ୍ଟିରେ ରଖି ପିଠ ମଧ୍ୟକୁ ବାହୁଙ୍ଗୀକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । କଂକ୍ରିଟ ସେତୁ ପୂର୍ବରୁ କାଉଡିଆ ମାନେ ବାହୁଙ୍ଗୀ ରଖି କେବଳ ଜଳକଳଷ ଧରି ପୀଠ ଭିତରକୁ ପ୍ରବେଶ କରି ବାବା ଧବଳେଶ୍ୱରଙ୍କ ଶ୍ରାବଣୀ ଲିଙ୍ଗରେ ଜଳ ଲାଗି କରିଛନ୍ତି । 

ଚଳିତ ବର୍ଷ ପୂଜକ ସମିତି ଏବଂ ପ୍ରଶାସନ ପକ୍ଷରୁ କାଉଡ଼ିଆ ଆଣୁଥିବା ପ୍ଲାଷ୍ଟିକ କଳସିକୁ ପୀଠ ମଧ୍ୟକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି କେବଳ ମାଟି କିମ୍ବା ପିତଳ କିମ୍ବା ତମ୍ବା କଳସରେ ଜଳ ଆଣିବା ପାଇଁ ଆବେଦନ କରାଯାଇଛି । ସେପଟେ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିଶ ଫୋର୍ସ ମୁତୟନ କରାଯାଇଛି  ।