ଶ୍ରାବଣ ସୋମବାର: ବିଭିନ୍ନ ଶୈବପୀଠରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା,୨୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଗୁରୁପୂର୍ଣ୍ଣିମାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ। ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୁଣ୍ୟ ମିଳେ। ସେହି ବିଶ୍ବାସ ନେଇ ମାନସିକଧାରୀ ମହାଦେବଙ୍କ ନିକଟରେ ଜଳାଭିଷେକ କରନ୍ତି ଏହି ପବିତ୍ର ମାସରେ। ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ମନରେ ଅକୁଣ୍ଠ ଭକ୍ତିଭାବ ଓ ବିଶ୍ୱାସ ନେଇ ମହାଦେବଙ୍କ ନିକଟରେ ଜଳାଭିଷେକ କରିଛନ୍ତି କାଉଡ଼ିଆ। ରାଜ୍ୟର ବିଭିନ୍ନ ସ୍ଥାନ ଭଳି କନ୍ଧମାଳ ଜିଲା […] The post ଶ୍ରାବଣ ସୋମବାର: ବିଭିନ୍ନ ଶୈବପୀଠରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ଼ appeared first on Dharitri Odia News.

ଶ୍ରାବଣ ସୋମବାର: ବିଭିନ୍ନ ଶୈବପୀଠରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା,୨୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଗୁରୁପୂର୍ଣ୍ଣିମାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ। ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୁଣ୍ୟ ମିଳେ। ସେହି ବିଶ୍ବାସ ନେଇ ମାନସିକଧାରୀ ମହାଦେବଙ୍କ ନିକଟରେ ଜଳାଭିଷେକ କରନ୍ତି ଏହି ପବିତ୍ର ମାସରେ। ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ମନରେ ଅକୁଣ୍ଠ ଭକ୍ତିଭାବ ଓ ବିଶ୍ୱାସ ନେଇ ମହାଦେବଙ୍କ ନିକଟରେ ଜଳାଭିଷେକ କରିଛନ୍ତି କାଉଡ଼ିଆ। ରାଜ୍ୟର ବିଭିନ୍ନ ସ୍ଥାନ ଭଳି କନ୍ଧମାଳ ଜିଲା ବାଲିଗୁଡ଼ାରେ ମଧ୍ୟ ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ ମହାଦେବଙ୍କ ନିକଟରେ ଜଳଲାଗି କରିବା ପାଇଁ ଶତାଧିକ କାଉଡ଼ିଆଙ୍କ ଭିଡ଼ ଲାଗିଛି। ବାଲିଗୁଡା ଖଡ଼ଗନଦୀ ଘାଟରେ କାଉଡ଼ିଆଙ୍କର ଭିଡ଼ ଜମିଥିଲା। ନଦୀରୁ ବାଲି ଆଣି ତୁଠରେ ବାଲୁକା ଲିଙ୍ଗ ସ୍ଥାପନା କରି ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବା ପରେ ସଙ୍କଳ୍ପ ହୋଇ ଜଳନେଇ କାଉଡ଼ିଆମାନେ ବାହାରିଥିଲେ ଶିବାଳୟ ଅଭିମୁଖେ। ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ ବାଲିଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ମଧ୍ୟରେ ଟାଉନର ରାମେଶ୍ୱର ମନ୍ଦିର, ବିରୁପାକ୍ଷ ମନ୍ଦିର, ଦଣ୍ଡପଦରର ଧବଳେଶ୍ୱର ମନ୍ଦିର, ଜାଲେଶପଟ୍ଟାର ଜଳେଶ୍ୱର ମନ୍ଦିର, କ. ନୂଆଗାଁର ରାମେଶ୍ୱର ମନ୍ଦିର, ଚକାପାଦର ବିରୁପାକ୍ଷ ମନ୍ଦିର ଭଳି ବିଭିନ୍ନ ଶୈବ ପୀଠରେ ଶ୍ରାବଣ ମାସର ପ୍ରଥମ ସୋମବାରରେ ଶତାଧିକ କାଉଡ଼ିଆଙ୍କର ଭିଡ଼ସହ ଜଳ ଲାଗି କରିଥିବା ଦେଖିବାକୁ ମିଳିଛି।

The post ଶ୍ରାବଣ ସୋମବାର: ବିଭିନ୍ନ ଶୈବପୀଠରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ଼ appeared first on Dharitri Odia News.