ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ
ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯିବା ସହ ହରିବୋଲ, ହୁଳହୁଳିରେ ପରିବେଶ ପ୍ରକମ୍ପିତ ହୋଇଥିଲା। ଏଥିରେ ଅତିଥି ଭାବେ ଯୋଗଦେଇଥିବା ଜିଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲାପାଳ ଅନିରୁଦ୍ଧ ପଧାନ, ଉପଜିଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହ, ପୂର୍ବତନ […] The post ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ appeared first on Dharitri Odia News.
ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯିବା ସହ ହରିବୋଲ, ହୁଳହୁଳିରେ ପରିବେଶ ପ୍ରକମ୍ପିତ ହୋଇଥିଲା।
ଏଥିରେ ଅତିଥି ଭାବେ ଯୋଗଦେଇଥିବା ଜିଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲାପାଳ ଅନିରୁଦ୍ଧ ପଧାନ, ଉପଜିଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହ, ପୂର୍ବତନ ଜିଲା ଭାଜପା ସଭାପତି ବିପ୍ରଚରଣ ମହାନ୍ତି ପ୍ରମୁଖ ସବୁଜ ପତାକା ଦେଖାଇ ରଥକାଠକୁ ବିଦାୟ ଦେଇଥିଲେ। ରଥ ନିର୍ମାଣ ପାଇଁ କଣ୍ଟାମାଳ ରେଞ୍ଜରୁ ୧୨ ଖଣ୍ଡ ଧଉରା ଓ ୮ ଖଣ୍ଡ ଅସନ କାଠ ପଟାଯାଇଥିବା ଜଣାପଡିଛି।
The post ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ appeared first on Dharitri Odia News.