ଶ୍ରୀନଅରକୁ ବିଜେ ହେଲା ଖଡିପ୍ରସାଦ, ଗଜପତିଙ୍କୁ ପ୍ରସାଦ ଅର୍ପଣ କଲେ ସେବାୟତ

ପୁରୀ ୦୫/୦୭: ଆଜି ଅଣବସରର ଚତୁର୍ଦ୍ଦଶୀ ତିଥି । ଶ୍ରୀନଅରକୁ ବିଜେ ହୋଇଛି ଖଡିପ୍ରସାଦ । ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ କରାଯାଇଛି । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯାଇଛି । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିଛନ୍ତି । ସେହିପରି ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ । ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ଏହି ବନକଲାଗି ନୀତି ଆଜି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କ ଏହି ନୀତି କରିବେ । ସୂଚନା ଥାଉିକ, ଚଳିତ ବର୍ଷ ୧୩ ଦିନ ଅଣସର ପଡୁଥିବା ବେଳେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ଭକ୍ତ ମାନେ ବଞ୍ଚିତ ରହିବେ। ସେହିପରି ରଥଯାତ୍ରା ଦିନ ମହାପ୍ରଭୁଙ୍କର ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ନୀତି କାନ୍ତି ରହିଛି । ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ରଥ ଟାଣିବାର ସୁଯୋଗ ପାଇବେ‌। ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି।

ଶ୍ରୀନଅରକୁ ବିଜେ ହେଲା ଖଡିପ୍ରସାଦ, ଗଜପତିଙ୍କୁ ପ୍ରସାଦ ଅର୍ପଣ କଲେ ସେବାୟତ

ପୁରୀ ୦୫/୦୭: ଆଜି ଅଣବସରର ଚତୁର୍ଦ୍ଦଶୀ ତିଥି । ଶ୍ରୀନଅରକୁ ବିଜେ ହୋଇଛି ଖଡିପ୍ରସାଦ । ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ କରାଯାଇଛି । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯାଇଛି । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିଛନ୍ତି । 

ସେହିପରି ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ । ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ଏହି ବନକଲାଗି ନୀତି ଆଜି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କ ଏହି ନୀତି କରିବେ । 

ସୂଚନା ଥାଉିକ, ଚଳିତ ବର୍ଷ ୧୩ ଦିନ ଅଣସର ପଡୁଥିବା ବେଳେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ଭକ୍ତ ମାନେ ବଞ୍ଚିତ ରହିବେ। ସେହିପରି ରଥଯାତ୍ରା ଦିନ ମହାପ୍ରଭୁଙ୍କର ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ନୀତି କାନ୍ତି ରହିଛି । ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ରଥ ଟାଣିବାର ସୁଯୋଗ ପାଇବେ‌। ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି।