ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ
ଶ୍ରୀନଗର: ଜମ୍ମୁ କାଶ୍ମୀରର ଶ୍ରୀନଗରରେ ଆଜି ସଂଧ୍ୟାରେ ଆତଙ୍କବାଦୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ କାଶ୍ମୀରର ନୁହନ୍ତି। ପୁଲିସ ଅନୁଯାୟୀ ଅମୃତସରର ଅମୃତପାଲ ସିଂହ ନାମକ ଜଣେ ବ୍ୟକ୍ତି ଆଜି ଆତଙ୍କବାଦୀଙ୍କ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷେ ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଆହତ ହୋଇଛନ୍ତି। ଶ୍ରୀନଗରର ଶହିଦ ଗୁଞ୍ଜ ଅଞ୍ଚଳରେ ଆଜି ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ଗୁଳିମାଡ଼ରେ ଅମୃତପାଲ ସିଂହଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି। ଅନ୍ୟ ଜଣେ […]

ଶ୍ରୀନଗର: ଜମ୍ମୁ କାଶ୍ମୀରର ଶ୍ରୀନଗରରେ ଆଜି ସଂଧ୍ୟାରେ ଆତଙ୍କବାଦୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ କାଶ୍ମୀରର ନୁହନ୍ତି। ପୁଲିସ ଅନୁଯାୟୀ ଅମୃତସରର ଅମୃତପାଲ ସିଂହ ନାମକ ଜଣେ ବ୍ୟକ୍ତି ଆଜି ଆତଙ୍କବାଦୀଙ୍କ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷେ ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଆହତ ହୋଇଛନ୍ତି। ଶ୍ରୀନଗରର ଶହିଦ ଗୁଞ୍ଜ ଅଞ୍ଚଳରେ ଆଜି ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ଗୁଳିମାଡ଼ରେ ଅମୃତପାଲ ସିଂହଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି। ଅନ୍ୟ ଜଣେ ବ୍ୟକ୍ତି ରୋହିତ ମଧ୍ୟ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଆହତ ହୋଇଛନ୍ତି। ରୋହିତ ଏସଏମଏଚଏସ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ସୁରକ୍ଷାକର୍ମୀ ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।