ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ

ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ । ଆଜି ଶ୍ରୀନହରରେ ଗଜପତି ମହାରାଜାଙ୍କ ଅଧକ୍ଷତାରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି ।

ଗଜପତି ମହାରାଜା ଦିବ୍ୟସିଂହ ଦେବ ବୈଠକରେ ଅଧ୍ୟକ୍ଷତାରେ ଚାଲିଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ପରିଚାଳନା କମିଟିର ସଦସ୍ୟ, ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିରକୁ ନିମନ୍ତ୍ରଣ ପତ୍ର ଦିଆ ଚାଲିଥିବା ବେଳେ ଆସନ୍ତା ୧୨ ତାରିଖ ସନ୍ଧ୍ୟାରେ ଶ୍ରୀନହରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଗୁଆ ଟେକା ଯାଇ ଯଜ୍ଞ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ । ଶ୍ରୀମନ୍ଦିର ରାଜପୁରୋହିତଙ୍କ ପରାମର୍ଶ କ୍ରମେ ଗଜପତି ଦିବ୍ୟସିଂହ ଦେବଙ୍କ ରାଶି ଓ ନକ୍ଷତ୍ରକୁ ନେଇ ଯଜ୍ଞ ଆରମ୍ଭ ହେବ ।

ଆସନ୍ତା ଜାନୁଆରୀ ୧୫ ତାରିଖ ସକାଳ ୭ଟାରେ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଅଙ୍କୁରାରୋପଣ କରାଯିବ । ୧୭ ତାରିଖ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ।