ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ,ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୧୭ ତାରିଖରେ ହେବ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ I ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବାପରେ ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ। ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟମାନେ ମଧ୍ୟପ୍ରଦେଶର ଉଜ୍ଜୟନୀ ଯାତ୍ରା କରି ଜଗତଗୁରୁଙ୍କୁ ନିମନ୍ତ୍ରଣ ପତ୍ର ଦେବେ। ସେଠାରେ ଜଗତଗୁରୁଙ୍କ ସହ ଵିସ୍ତ୍ରୃତ ଭାବରେ ପରିକ୍ରମା ପ୍ରକଳ୍ପର […]

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ,ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ,ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୧୭ ତାରିଖରେ ହେବ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ I ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବାପରେ ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ। ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟମାନେ ମଧ୍ୟପ୍ରଦେଶର ଉଜ୍ଜୟନୀ ଯାତ୍ରା କରି ଜଗତଗୁରୁଙ୍କୁ ନିମନ୍ତ୍ରଣ ପତ୍ର ଦେବେ। ସେଠାରେ ଜଗତଗୁରୁଙ୍କ ସହ ଵିସ୍ତ୍ରୃତ ଭାବରେ ପରିକ୍ରମା ପ୍ରକଳ୍ପର ଯଜ୍ଞ ଓ ହୋମ ଆଦି ବିଧିବିଧାନ ସମ୍ପର୍କରେ ଆଲୋଚନା କରାଯିବ।

ନିମନ୍ତ୍ରଣ ପତ୍ର ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ପରିଚାଳନା କମିଟିର ତିନିଜଣ ସଦସ୍ୟ ବାହାରି ଭୁବନେଶ୍ୱରରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ସହ ଉଜ୍ଜୟିନୀ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ ପତ୍ର ଦେବେ। ତେବେ ବାରମ୍ବାର ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟକଟି କ୍ଷେତ୍ରରେ ଜଗତଗୁରୁଙ୍କୁ ଅଣଦେଖା କରୁଥିବା ନେଇ କ୍ଷୋଭ କରୁଥିବା ବେଳେ ନିମନ୍ତ୍ରଣ ପତ୍ର ସ୍ୱୀକାର କରି ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ବିଶ୍ୱାସ ରହିଥିବା ପରିଚାଳନା କମିଟିର ସଦସ୍ୟ ଜଗନ୍ନାଥ କର କହିଛନ୍ତି। ପରେ ପରେ ଭାରତବର୍ଷର ୪ ଧାମ,୧୨ ଜ୍ୟୋତି ଲିଙ୍ଗ ଓ ଭାରତ ବର୍ଷ ବିଭିନ୍ନ ଶୈବପୀଠ ଓ ଶ୍ରୀଜଗନ୍ନାଥ ମନ୍ଦିର ଓ ବିଭିନ୍ନ ମନ୍ଦିରର ମୁଖ୍ୟ ପୂଜକଙ୍କୁ ନିମନ୍ତ୍ରଣ ପାଇଁ ସେବାୟତମାନେ ଯାତ୍ରା କରିବେ।