ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀ ସୁରକ୍ଷାର ଅଭୈଦ୍ୟ ଗଡ଼। ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଏବଂ ୧୭... The post ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି appeared first on .

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀ ସୁରକ୍ଷାର ଅଭୈଦ୍ୟ ଗଡ଼। ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଏବଂ ୧୭ ତାରିଖ ପାଇଁ ସ୍ଵତନ୍ତ୍ର ପୋଲିସ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ରିଜର୍ଭ ପୋଲିସ ଲାଇନ୍ ପଡ଼ିଆରେ ପୋଲିସ ଅଧିକାରୀଙ୍କୁ କେନ୍ଦ୍ରାଞ୍ଚଳ ଆଇଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ଆଜିଠାରୁ ୧୬ତାରିଖ ପର୍ଯ୍ୟନ୍ତ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସହ ସ୍ୱତନ୍ତ୍ର ଟିମ ୩ଟି ମୁତୟନ ହେବେ । ୧୭ ତାରିଖ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଲୋକାର୍ପଣ ଉତ୍ସବ ପାଇଁ ଅଧିକ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ରହିବ। ସିସିଟିଭି ଓ ସର୍ଭେଲାନ୍ସ ଟିମ, ବୋମା ନିଷ୍କ୍ରିୟକାରୀ ଟିମ୍, ଫେସ ରିଡିଂ ଟିମ୍‌ ନିୟୋଜିତ ହେବେ। ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଛି। ୧୬ ତାରିଖ ପର୍ଯ୍ୟନ୍ତ ପୁରୀ ସହରବାସୀଙ୍କ ପାଇଁ କୌଣସି କଟକଣା ରହିବ ନାହିଁ। ଟ୍ରାଫିକ କଟକଣା ମଧ୍ୟ ରହିବ ନାହିଁ। ଭିଡ ଓ ଗହଳିକୁ ଦେଖି ଟ୍ରାଫିକ ପରିଚାଳନା କରାଯିବ।

The post ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି appeared first on .