ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ 2025ର କ୍ୟାଲେଣ୍ଡର୍ ଲୋକାର୍ପିତ
ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ 2025ର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ ହୋଇଛି । ଏହି କ୍ୟାଲେଣ୍ଡର ଗୁଡ଼ିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି। ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଡେସ୍କ୍ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି l ସେହିପରି […]

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ 2025ର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ ହୋଇଛି । ଏହି କ୍ୟାଲେଣ୍ଡର ଗୁଡ଼ିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି। ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଡେସ୍କ୍ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି l ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଛି। ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ ।