ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ ହୋଇଛନ୍ତି। ମହାପ୍ରଭୁଙ୍କ ସେବା ପୂଜାରୁ ତାଙ୍କୁ ନିଲମ୍ବିତ କରିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ତାଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ପ୍ରବେଶ ନିଷିଦ୍ଧ କରାଯାଇଛି। ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳା ପରଦାସ୍ତ କରାଯିବ ନାହିଁ ବୋଲି […] The post ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ appeared first on Dharitri Odia News.

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ ହୋଇଛନ୍ତି। ମହାପ୍ରଭୁଙ୍କ ସେବା ପୂଜାରୁ ତାଙ୍କୁ ନିଲମ୍ବିତ କରିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ତାଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ପ୍ରବେଶ ନିଷିଦ୍ଧ କରାଯାଇଛି। ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳା ପରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶସକ କହିଛନ୍ତି।

ସୂଚନାଯୋଗ୍ୟ,କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଦୁର୍ବୃତ୍ତ ପଶ୍ଚିମଦ୍ୱାର ନିକଟରେ ଭୁଜାଲିରେ ହାଣିଛନ୍ତି। ଆକ୍ରମଣରେ ପ୍ରତିହାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଛି।

ଆକ୍ରମଣର ଶିକାର ହୋଇଥିବା ପ୍ରତିହାରୀ କହିଛନ୍ତି, ଶ୍ରୀମନ୍ଦିର ଆନନ୍ଦ ବଜାରରେ ଅଣସେବାୟତଙ୍କ ପ୍ରବେଶ ଓ ବାହାର ଜିନିଷ ବିକ୍ରି ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ଆନନ୍ଦ ବଜାରରେ ବସି ରାବିଡ଼ି ଏବଂ ଅନ୍ୟାନ୍ୟ ଜିନିଷ ବିକ୍ରି କରୁଥିବା ବ୍ୟକ୍ତିମାନଙ୍କୁ ହଟାଇ ଦିଆଯାଇଥିଲା। ଆନନ୍ଦବଜାରରେ ରାବିଡ଼ି ବିକ୍ରି କରୁଥିବା ଜଣେ ବ୍ୟକ୍ତି ସେହି ରାଗ ରଖି ତାଙ୍କୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ତାଙ୍କ ଡାହାଣ ହାତ ସମେତ ଶରୀରର କେତେକ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ପୋଲିସ ଖବର ପାଇ ପ୍ରଥମେ ଘଟଣାସ୍ଥଳ ଓ ପରେ ମେଡିକାଲରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା।

 

The post ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ appeared first on Dharitri Odia News.