ଶ୍ରୀମନ୍ଦିରରେ ଆଜି ଦୀପାବଳି ସହ ଅମାବାସ୍ୟା, ଶ୍ରାଦ୍ଧ ପକାଇ ଭକ୍ତମାନେ ଜାଳିବେ କାଉଁରିଆ
ପୁରୀ ୦୧/୧୧ : ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ । ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ । ପଞ୍ଜିକା-ପଞ୍ଜିକା ଭିତରେ ଅସାମଞ୍ଜସ୍ୟତା ଓ କ୍ୟାଲେଣ୍ଡରରୁ କ୍ୟାଲେଣ୍ଡରରେ ଭିନ୍ନ ଭିନ୍ନ ସୂଚନାରୁ କିଏ ଗତକାଲି ଦୀପାବଳି ସାଙ୍ଗକୁ ବଡ଼ବଡ଼ୁଆ ଡାକିଛନ୍ତି, ତ କିଏ ଆଜି ପୟାଶ୍ରାଦ୍ଧ ଦେବାକୁ ଯାଉଛନ୍ତି।ସେପଟେ ଶ୍ରୀମନ୍ଦିରରେ ଦୀପାବଳି ପାଳନ ସାଙ୍ଗକୁ ଧର୍ମ ମାସ କାର୍ତ୍ତିକରେ ଶ୍ରଦ୍ଧାଳୁ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ଜଣ ଅତିରିକ୍ତ ଏସପି,୧୧ ଡିଏସପି, ୧୮ ଇନ୍ସପେକ୍ଟରଙ୍କ ସହ ୨୬ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି ବୋଲି ପୁରୀ ଏସପି କହିଛନ୍ତି । ଗୁରୁବାର ସମଗ୍ର ରାଜ୍ୟରେ ବେଶ ଆନନ୍ଦ ଉଲ୍ଲାସର ସହ ଦୀପାବଳି ପାଳିତ ହୋଇଛି। ଲୋକମାନେ ଘରକୁ ଭଳିକି ଭଳି ଆଲୋକମାଳାରେ ସଜାଇବା ସହ ବାଣ ଫୁଟାଇ ଏହି ଉତ୍ସବକୁ ପାଳନ କରିଥିଲେ। ମାତ୍ର ପୁରୀରେ ଆଜି ପାଳନ କରାଯିବ ଦୀପାବଳି ।
ପୁରୀ ୦୧/୧୧ : ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ । ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ । ପଞ୍ଜିକା-ପଞ୍ଜିକା ଭିତରେ ଅସାମଞ୍ଜସ୍ୟତା ଓ କ୍ୟାଲେଣ୍ଡରରୁ କ୍ୟାଲେଣ୍ଡରରେ ଭିନ୍ନ ଭିନ୍ନ ସୂଚନାରୁ କିଏ ଗତକାଲି ଦୀପାବଳି ସାଙ୍ଗକୁ ବଡ଼ବଡ଼ୁଆ ଡାକିଛନ୍ତି, ତ କିଏ ଆଜି ପୟାଶ୍ରାଦ୍ଧ ଦେବାକୁ ଯାଉଛନ୍ତି।
ସେପଟେ ଶ୍ରୀମନ୍ଦିରରେ ଦୀପାବଳି ପାଳନ ସାଙ୍ଗକୁ ଧର୍ମ ମାସ କାର୍ତ୍ତିକରେ ଶ୍ରଦ୍ଧାଳୁ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ଜଣ ଅତିରିକ୍ତ ଏସପି,୧୧ ଡିଏସପି, ୧୮ ଇନ୍ସପେକ୍ଟରଙ୍କ ସହ ୨୬ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି ବୋଲି ପୁରୀ ଏସପି କହିଛନ୍ତି ।
ଗୁରୁବାର ସମଗ୍ର ରାଜ୍ୟରେ ବେଶ ଆନନ୍ଦ ଉଲ୍ଲାସର ସହ ଦୀପାବଳି ପାଳିତ ହୋଇଛି। ଲୋକମାନେ ଘରକୁ ଭଳିକି ଭଳି ଆଲୋକମାଳାରେ ସଜାଇବା ସହ ବାଣ ଫୁଟାଇ ଏହି ଉତ୍ସବକୁ ପାଳନ କରିଥିଲେ। ମାତ୍ର ପୁରୀରେ ଆଜି ପାଳନ କରାଯିବ ଦୀପାବଳି ।