ଶ୍ରୀମନ୍ଦିରରେ ଆଜି ପାଳିତ ହେଉଛି ଦୀପାବଳି,ସହିତ ବଡବଡୁଆ ଡାକ

ପୁରୀ : ଶୁକ୍ରବାର ଶ୍ରୀମନ୍ଦିରରେ ପାଳନ ହେବ ଦୀପାବଳି ସହ ଅମାବାସ୍ୟା ନୀତି। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ କାଉଁରିଆ କାଠି ଜାଳି ବଡ଼ବଡୁଆଙ୍କୁ ଡାକିବେ। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। କିଛି ଲୋକ ଗୁରୁବାର ଗତକାଲି ଦୀପାବଳି ପାଳିଥିବା […]

ଶ୍ରୀମନ୍ଦିରରେ ଆଜି ପାଳିତ ହେଉଛି ଦୀପାବଳି,ସହିତ ବଡବଡୁଆ ଡାକ
ଶ୍ରୀମନ୍ଦିରରେ ଆଜି ପାଳିତ ହେଉଛି ଦୀପାବଳି,ସହିତ ବଡବଡୁଆ ଡାକ

ପୁରୀ : ଶୁକ୍ରବାର ଶ୍ରୀମନ୍ଦିରରେ ପାଳନ ହେବ ଦୀପାବଳି ସହ ଅମାବାସ୍ୟା ନୀତି। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ କାଉଁରିଆ କାଠି ଜାଳି ବଡ଼ବଡୁଆଙ୍କୁ ଡାକିବେ। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। କିଛି ଲୋକ ଗୁରୁବାର ଗତକାଲି ଦୀପାବଳି ପାଳିଥିବା ବେଳେ କେହି କେହି ଆଜି ଦୀପାବଳି ପାଳନ କରିବା ସହ ପୟାଶ୍ରାଦ୍ଧ ପକାଇବେ।

ସେପଟେ ଶ୍ରୀମନ୍ଦିରରେ ଦୀପାବଳି ପାଳନ ସାଙ୍ଗକୁ ଧର୍ମ ମାସ କାର୍ତ୍ତିକରେ ଶ୍ରଦ୍ଧାଳୁ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ଜଣ ଅତିରିକ୍ତ ଏସପି,୧୧ ଡିଏସପି, ୧୮ ଇନ୍ସପେକ୍ଟରଙ୍କ ସହ ୨୬ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି ବୋଲି ପୁରୀ ଏସପି କହିଛନ୍ତି ।