ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

ନନ୍ଦିଘୋଷ ବ୍ୟୁରୋ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ... The post ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି appeared first on .

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

ନନ୍ଦିଘୋଷ ବ୍ୟୁରୋ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଇଥାଏ । ସେହିପରି ମଙ୍ଗଳବାର ରାମାଭିଷେକ ନୀତି କରାଯିବା ସହ ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ବିଶେଷ ନୀତି ସମ୍ପାଦନକୁ ଦୃଷ୍ଟିରେ ରଖି ୨୧ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଚାରିଦିନ ପାଇଁ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରଖାଯିବ। ରତ୍ନଭଣ୍ଡାର ମରାମତି ବନ୍ଦ ରଖାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆଜି ପଇତାଲାଗି ନୀତି ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବ୍ୟବସ୍ଥା ବନ୍ଦ ରହିବ । ସନ୍ଧ୍ୟାରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ପଇତାଲାଗି ବିଧି ସମ୍ପାଦିତ ହେବ। ତେଣୁ, ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ଦିଆଯିବ ନାହିଁ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ସମାପ୍ତ ହେବା ପରେ, ୫ ଘଣ୍ଟା ଧରି ସାର୍ବଜନୀନ ଦର୍ଶନ ବନ୍ଦ ରହିବ।

The post ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି appeared first on .