ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି : ସନ୍ଧ୍ୟା ୬ଟାରୁ ରାତି ୧୦ ଯାଏଁ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

କନକ ବ୍ୟୁରୋ:  ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ । ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । 

ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି : ସନ୍ଧ୍ୟା ୬ଟାରୁ ରାତି ୧୦ ଯାଏଁ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

କନକ ବ୍ୟୁରୋ:  ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ । ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।