ଶ୍ରୀମନ୍ଦିରରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଆସିଲା ବଡ଼ ନିୟମ, ନ ମାନିଲେ…
ପୁରୀ,୧୭ା୧: ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଲାଗୁ ହେବା ନେଇ ମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟ୍ଖା କିମ୍ବା ମାଦକ ଦ୍ରବ୍ୟ ସେବନ କରିବେ ନାହିଁ। ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ। ସମସ୍ତ ଅଧିକାରୀ ଓ କର୍ମଚାରୀ ଜାନୁଆରୀ ୩୧ ସୁଦ୍ଧା […] The post ଶ୍ରୀମନ୍ଦିରରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଆସିଲା ବଡ଼ ନିୟମ, ନ ମାନିଲେ… appeared first on Dharitri Odia News.
ପୁରୀ,୧୭ା୧: ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଲାଗୁ ହେବା ନେଇ ମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟ୍ଖା କିମ୍ବା ମାଦକ ଦ୍ରବ୍ୟ ସେବନ କରିବେ ନାହିଁ। ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ।
ସମସ୍ତ ଅଧିକାରୀ ଓ କର୍ମଚାରୀ ଜାନୁଆରୀ ୩୧ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏହା ଦାଖଲ ନ କଲେ କୌଣସି ଇନ୍କ୍ରିମେଣ୍ଟ, ପଦୋନ୍ନତି, ପୁରସ୍କାର କିମ୍ବା ଆର୍ଥତ୍କ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ। ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ଲୁଗା ପିନ୍ଧି କାର୍ଯ୍ୟାଳୟ ଆସିବେ। ୟୁନିଫର୍ମ ପୋଷାକଧାରୀଙ୍କ ନିମନ୍ତେ ଏହା ଲାଗୁ ହେବ ନାହିଁ। ଶ୍ରୀମନ୍ଦିର ଭିତରେ ଅଧିକାରୀ ଓ କର୍ମଚାରୀଙ୍କ ମୋବାଇଲ୍ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନକୁ ଅଧିକ କ୍ରିୟାଶୀଳ ତଥା ଉତ୍ତରଦାୟୀ କରିବାକୁ ଏହି ପରାମର୍ଶ ତଥା ନିର୍ଦ୍ଦେଶାବଳୀ ଦିଆଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢ଼ୀ କହିଛନ୍ତି।
The post ଶ୍ରୀମନ୍ଦିରରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଆସିଲା ବଡ଼ ନିୟମ, ନ ମାନିଲେ… appeared first on Dharitri Odia News.