ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ
ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରି ଟଳି ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରି ସଙ୍ଗେସଙ୍ଗେ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା କରି ମୃତ ଘୋଷଣା କରିଥିଲେ। ତେବେ […] The post ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ appeared first on Dharitri Odia News.
ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରି ଟଳି ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରି ସଙ୍ଗେସଙ୍ଗେ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା କରି ମୃତ ଘୋଷଣା କରିଥିଲେ। ତେବେ ଯୁବ ସେବାୟତ ଜଗନ୍ନାଥ ସୁନାଥାଳିଙ୍କ ଆକସ୍ମିକ ମୃତ୍ୟୁରେ ସଦର ମୁଖ୍ୟ ଚିକିତ୍ସାଳୟରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଏ ଖବର ପାଇ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍ପି ବିନୀତ ଅଗ୍ରଓ୍ବାଲ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ୍ଙ୍କ ସହ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ। ଜଣେ ଯୁବ ସେବକ ଭାବେ ସ୍ବର୍ଗତଃ ଜଗନ୍ନାଥ ସୁନାଥାଳି ଶାନ୍ତ ସ୍ବଭାବର ଥିବାବେଳେ ମହାପ୍ରଭୁଙ୍କ ସେବାକୁ ଅତ୍ୟନ୍ତ ନିଷ୍ଠାର ସହ ସମ୍ପାଦିତ କରନ୍ତି। ଦୁଇବର୍ଷ ପୂର୍ବରୁ ଜଗନ୍ନାଥ ସୁନାଥାଳି ଛାତି ଜନିତ ରୋଗରେ ଚିକିତ୍ସିତ ହେଉଥିବା ବେଳେ ପରେ ସୁସ୍ଥ ହୋଇ ପୁର୍ନବାର ମହାପ୍ରଭୁଙ୍କ ସେବାରେ ନିୟୋଜିତ ହୋଇଥିଲେ। କିନ୍ତୁ ଆଜି ହଠାତ୍ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ହୃଦଘାତ୍ ଯୋଗୁ ମୃତ୍ୟୁ ଘଟିଥିବା କୁହାଯାଉଛି।
The post ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ appeared first on Dharitri Odia News.