ଶ୍ରୀମନ୍ଦିରରେ ପଞ୍ଚୁକ ବ୍ରତ, ଏକାଦଶୀରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ମହାବାହୁ
ପୁରୀ ୧୨/୧୧: ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପଞ୍ଚୁକ ନୀତି ସହ ହରି ଉତ୍ଥାପନ ଏକାଦଶୀ। ଏଥିପାଇଁ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ଭିଡ଼ ଲାଗିଛି ଶ୍ରୀକ୍ଷେତ୍ରରେ। ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ ହୋଇ ଅଗଣିତ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ମର୍ଚ୍ଚିକୋଟ ଛକ ଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି । ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମାର୍କେଟ ଛକ ଠାରୁ ନୋ ଭେହିକିଲ ଜୋନ କରାଯାଇଛି। ୫ ଅତିରିକ୍ତ ଏସପି, ୧୪ ଡିଏସପି, ୨୬ ଇନ୍ସପେକ୍ଟରଙ୍କ ସହ ୩୮ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି। ଦୀର୍ଘ ଏକାମାସ ଧରି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀଙ୍କ ପାଇଁ ପଞ୍ଚୁକ ବ୍ରତ ବେଶ୍ ମହତ୍ୱ ରଖିଥାଏ ବୋଲି ବିଶ୍ୱାସ ରହିଛି। ତେବେ ଚଳିତ ଥର ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଛି। ଫଳରେ ଭକ୍ତମାନେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ ଦର୍ଶନରୁ ବଂଚିତ ହେବେ।
ପୁରୀ ୧୨/୧୧: ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପଞ୍ଚୁକ ନୀତି ସହ ହରି ଉତ୍ଥାପନ ଏକାଦଶୀ। ଏଥିପାଇଁ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ଭିଡ଼ ଲାଗିଛି ଶ୍ରୀକ୍ଷେତ୍ରରେ। ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ ହୋଇ ଅଗଣିତ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି।
ଜିଲ୍ଲା ପ୍ରଶାସନ ପକ୍ଷରୁ ମର୍ଚ୍ଚିକୋଟ ଛକ ଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି । ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ମାର୍କେଟ ଛକ ଠାରୁ ନୋ ଭେହିକିଲ ଜୋନ କରାଯାଇଛି। ୫ ଅତିରିକ୍ତ ଏସପି, ୧୪ ଡିଏସପି, ୨୬ ଇନ୍ସପେକ୍ଟରଙ୍କ ସହ ୩୮ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି। ଦୀର୍ଘ ଏକାମାସ ଧରି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀଙ୍କ ପାଇଁ ପଞ୍ଚୁକ ବ୍ରତ ବେଶ୍ ମହତ୍ୱ ରଖିଥାଏ ବୋଲି ବିଶ୍ୱାସ ରହିଛି। ତେବେ ଚଳିତ ଥର ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଛି। ଫଳରେ ଭକ୍ତମାନେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ ଦର୍ଶନରୁ ବଂଚିତ ହେବେ।