ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ:ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ଶ୍ରୀ ବିଶ୍ବନାଥ ଖୁଣ୍ଟିଆଙ୍କୁ ନୋଟିସ ହୋଇଛି। ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ, ସେନେଇ ସନ୍ତୋଷଜନକ କୈଫିୟତ ରଖିବାକୁ ୭ ଦିନର ସମୟ ଦିଆଯାଇଛି । ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଏହି କେଫିୟତ ଦାଖଲ କରିବାକୁ କୁହାଯିବା ସହ ଧାର୍ଯ୍ୟ ସମୟ ଭିତରେ […]

ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ:ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ଶ୍ରୀ ବିଶ୍ବନାଥ ଖୁଣ୍ଟିଆଙ୍କୁ ନୋଟିସ ହୋଇଛି। ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ, ସେନେଇ ସନ୍ତୋଷଜନକ କୈଫିୟତ ରଖିବାକୁ ୭ ଦିନର ସମୟ ଦିଆଯାଇଛି । ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଏହି କେଫିୟତ ଦାଖଲ କରିବାକୁ କୁହାଯିବା ସହ ଧାର୍ଯ୍ୟ ସମୟ ଭିତରେ ଏହା ହସ୍ତଗତ ନହେଲେ, କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ କରାଯାଇଅଛି ।  

ନୋଟିସରେ କୁହାଯାଇଛି ଯେ, ଘଟଣା ଦିନ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ କରିଥିଲେ । ଏହି ଘଟଣାକୁ ଯୋଗୁଁ ଶ୍ରୀମନ୍ଦିର ପରିସରରେ ସେତେବେଳ ଉପସ୍ଥିତ ଥିବା ଭକ୍ତଙ୍କ ମାନେ ଶୃଙ୍ଖଳା ନେଇ ସନ୍ଦେହ ପ୍ରକାଶ କରିଥିଲେ । ସେହିପରି ଶ୍ରୀମନ୍ଦିର ଗାରିମା ଓ ମର୍ଯ୍ୟାଦା ମଧ୍ୟ କ୍ଷୁର୍ଣ୍ଣ ହୋଇଥିଲା । ତେଣୁ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ ସେନେଇ ସନ୍ତୋଷଜନକ କୈଫିୟତ ଦାଖଲ କରିବାକୁ ନୋଟିସରେ କୁହାଯାଇଅଛି । 

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏହି ନୋଟିସ୍ ଜାରି କରିବା ସହ ଆଉଥରେ ସ୍ପଷ୍ଟ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ ।