ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍ଫେଡ ଘିଅ
ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍ଫେଡ୍କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଡିପୋ ଖୋଲିବା ଲାଗି ଓମ୍ଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପଠାଇଥିବା ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ […] The post ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍ଫେଡ ଘିଅ appeared first on Dharitri Odia News.
ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍ଫେଡ୍କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଡିପୋ ଖୋଲିବା ଲାଗି ଓମ୍ଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପଠାଇଥିବା ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମ୍ଫେଡ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି। ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ଆଲୋଚନା ହୋଇଥିବାବେଳେ ସହମତି ପ୍ରକାଶ ପାଇଛି। ତେଣୁ ଶ୍ରୀମନ୍ଦିରରେ ଓମ୍ଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ ରଖିବାକୁ ପଦକ୍ଷେପ ଗ୍ରହଣ କରାଯାଉ। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମିଶ୍ରିତ ଘିଅ ବ୍ୟବହାରକୁ ରୋକାଯାଇ ପାରିବ। ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି।
ଶ୍ରୀମନ୍ଦିର ମଧ୍ୟକୁ ଓମ୍ଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇଦିଆଯାଇଛି। ଏଥିସହ ବରିଷ୍ଠ ସୁପରଭାଇଜର ଓ ଶ୍ରୀମନ୍ଦିର ସୁରକ୍ଷା ପରିଚାଳନା ଦାୟିତ୍ୱରେ ଥିବା କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ। ଅନ୍ୟକିଛି ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି।
The post ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍ଫେଡ ଘିଅ appeared first on Dharitri Odia News.