ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ

ପୁରୀ ୧୮।୯: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ ।‌ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ରାଜ୍ୟପାଳ ପହଞ୍ଚିବା ପରେ ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହ ମା’ ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ମଧ୍ୟ କରିଥିଲେ । ତେବେ ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ରାଜ୍ୟପାଳ କହିଛନ୍ତି, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଖୋଲିବା ସହ ରତ୍ନ ଅଳଙ୍କାର ସ୍ଥାନାନ୍ତର ହୋଇଛି । ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ସହ ସରକାର ଶହେ ଦିନ ଭିତରେ ଦେଇଥିବା ପ୍ରତିଶୃତି ପୂରଣ କରିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ମହିଳା ସଶକ୍ତିକରଣ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ସେହିପରି ବୁଧବାର ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ଯାଞ୍ଚ କରାଯିବ। ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ କ'ଣ ଅଛି ତାହା ଜାଣିବା ପାଇଁ ସମସ୍ତଙ୍କ ଇଚ୍ଛା ରହିଛି ବୋଲି ରାଜ୍ୟପାଳ କହିଛନ୍ତି ।‌You Can Read:ଟ୍ରେନ୍‌ରେ ଯାତ୍ରା ବେଳେ ବିଷ ପିଇଲେ, ଗୋଟିଏ ପରିବାରର ୩ ଗୁରୁତର

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ

ପୁରୀ ୧୮।୯: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ ।‌ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ରାଜ୍ୟପାଳ ପହଞ୍ଚିବା ପରେ ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହ ମା’ ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ମଧ୍ୟ କରିଥିଲେ । 

ତେବେ ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ରାଜ୍ୟପାଳ କହିଛନ୍ତି, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଖୋଲିବା ସହ ରତ୍ନ ଅଳଙ୍କାର ସ୍ଥାନାନ୍ତର ହୋଇଛି । ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ସହ ସରକାର ଶହେ ଦିନ ଭିତରେ ଦେଇଥିବା ପ୍ରତିଶୃତି ପୂରଣ କରିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ମହିଳା ସଶକ୍ତିକରଣ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ସେହିପରି ବୁଧବାର ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ଯାଞ୍ଚ କରାଯିବ। ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ କ'ଣ ଅଛି ତାହା ଜାଣିବା ପାଇଁ ସମସ୍ତଙ୍କ ଇଚ୍ଛା ରହିଛି ବୋଲି ରାଜ୍ୟପାଳ କହିଛନ୍ତି ।‌

You Can Read:

ଟ୍ରେନ୍‌ରେ ଯାତ୍ରା ବେଳେ ବିଷ ପିଇଲେ, ଗୋଟିଏ ପରିବାରର ୩ ଗୁରୁତର