ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି; ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି । ୫ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପଇତା ଲାଗି ନୀତି ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟ ବିଜୟ ଦ୍ୱାର ବନ୍ଦ ରହିବ […] The post ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି; ୫ ଘଣ୍ଟା ଦର୍ଶନ ବନ୍ଦ appeared first on Odisha.News.

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି; ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି । ୫ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ପଇତା ଲାଗି ନୀତି ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ । ପ୍ରାୟ ୫ ଘଣ୍ଟା ଧରି ଏହି ନୀତି ଚାଲିବ । ପାଟଡୋରିରେ ନିର୍ମିତ ଜାଲିଯୁକ୍ତ ବସ୍ତ୍ରକୁ ମହାପ୍ରଭୁଙ୍କୁ ଲାଗି କରାଯିବ, ଯାହାକୁ ପଇତାଲାଗି ବୋଲି କୁହାଯାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ନୀତି ସମ୍ପୂର୍ଣ୍ଣ ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

The post ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି; ୫ ଘଣ୍ଟା ଦର୍ଶନ ବନ୍ଦ appeared first on Odisha.News.