ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ବଡ଼ଦେଉଳରେ ସ୍ୱତନ୍ତ୍ର ରୀତିନୀତି

ପୁରୀ ୧୭।୦୬ : ସୋମବାର ମହାପ୍ରଭୁଙ୍କୁ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସଂଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ। ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ   ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ। ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଋକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।  

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ବଡ଼ଦେଉଳରେ ସ୍ୱତନ୍ତ୍ର ରୀତିନୀତି

ପୁରୀ ୧୭।୦୬ : ସୋମବାର ମହାପ୍ରଭୁଙ୍କୁ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । 

ସଂଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ। ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ   ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ। ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଋକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।