ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୨୪।୦୮: ଶନିବାର ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଦଇତାପତି ସେବକମାନେ ଠାକୁରଙ୍କ ଏହି ସ୍ୱତନ୍ତ୍ର ସେବା ସମ୍ପନ୍ନ କରିବେ । ସେଥିପାଇଁ ଠାକୁରଙ୍କ  ଦର୍ଶନ କଟକଣା ରହିବ । ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀବିଗ୍ରହଙ୍କ ଶ୍ରୀମୁଖର ଚତୁଃପାଶ୍ୱର୍ରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ (ପଟି)କୁ ରାହୁରେଖା କୁହାଯାଏ । ପ୍ରଥମ ଭୋଗମଣ୍ଡପ ନୀତି ଶେଷ   ପରେ ରାହୁରେଖା ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହେବ । ରାହୁରେଖା ଲାଗି ସରିଲେ  ଠାକୁରଙ୍କ ମହାସ୍ନାନ ନୀତି ବଢ଼ି ଯଥାବିଧି ଦର୍ଶନ ଆରମ୍ଭ ହେବ । ସେଦିନର ନୀତିକୁ  ଚାହିଁ ଦର୍ଶନ କଟକଣା ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୨୪।୦୮: ଶନିବାର ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଦଇତାପତି ସେବକମାନେ ଠାକୁରଙ୍କ ଏହି ସ୍ୱତନ୍ତ୍ର ସେବା ସମ୍ପନ୍ନ କରିବେ । ସେଥିପାଇଁ ଠାକୁରଙ୍କ  ଦର୍ଶନ କଟକଣା ରହିବ । ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। 

ଶ୍ରୀବିଗ୍ରହଙ୍କ ଶ୍ରୀମୁଖର ଚତୁଃପାଶ୍ୱର୍ରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ (ପଟି)କୁ ରାହୁରେଖା କୁହାଯାଏ । ପ୍ରଥମ ଭୋଗମଣ୍ଡପ ନୀତି ଶେଷ   ପରେ ରାହୁରେଖା ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହେବ । ରାହୁରେଖା ଲାଗି ସରିଲେ  ଠାକୁରଙ୍କ ମହାସ୍ନାନ ନୀତି ବଢ଼ି ଯଥାବିଧି ଦର୍ଶନ ଆରମ୍ଭ ହେବ । ସେଦିନର ନୀତିକୁ  ଚାହିଁ ଦର୍ଶନ କଟକଣା ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି।