ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ସଂଧ୍ୟା ୭ରୁ ରାତି ୧୧ ଯାଏଁ ସାଧାରଣ ଦର୍ଶନ ବନ୍ଦ
ପୁରୀ ୨୬।୦୮: ସୋମବାର ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥି। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇ ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଭୋଗ ଛେକ ଆସିବା ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ମଠ ବାଡିମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଏହାସହିତ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ପୁରୀ ୨୬।୦୮: ସୋମବାର ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥି। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇ ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଭୋଗ ଛେକ ଆସିବା ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।
ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ମଠ ବାଡିମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଏହାସହିତ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।