ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ମାନଙ୍କୁ ନିଯୁକ୍ତ କରାଯାଇଛି। ଏଥିରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କୁ ଜଳ ସମ୍ପଦ, କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଏଥିପାଇଁ ବିଧାୟକ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ସୁରମା ପାଢ଼ୀ, ଉପ ମୁଖ୍ୟମନ୍ତ୍ରୀ ତଥା […] The post ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ appeared first on Dharitri Odia News.
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ମାନଙ୍କୁ ନିଯୁକ୍ତ କରାଯାଇଛି। ଏଥିରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କୁ ଜଳ ସମ୍ପଦ, କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଏଥିପାଇଁ ବିଧାୟକ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ସୁରମା ପାଢ଼ୀ, ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରମୁଖଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି। ବରଗଡ଼ କୃଷି ପ୍ରଧାନ ଜିଲା ହୋଇଥିବାବେଳେ ସ୍ଥାନୀୟ ବିଧାୟକ ଷଡ଼ଙ୍ଗୀ ଏହି ବିଭାଗର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହୋଇଥିବା ଯୋଗୁ ସେ ଜିଲାର କୃଷି ଏବଂ କୃଷକଙ୍କ ବିକାଶକୁ ଅଧିକ ପ୍ରାଧାନ୍ୟ ଦେବେ ବୋଲି ଜିଲାବାସୀ ଆଶାବ୍ୟକ୍ତ କରିଛନ୍ତି। ସେହିପରି ବିଜେପୁର ବିଧାୟକ ସନତ କୁମାର ଗଡତୀୟା ଏହି କମିଟିରେ ସଦସ୍ୟ ନିଯୁକ୍ତ ହୋଇଛନ୍ତି।
The post ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ appeared first on Dharitri Odia News.