ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ
ବଡ଼ବିଲ: କେନ୍ଦୁଝର ଜିଲ୍ଲାର ରୁଗୁଡ଼ି ଥାନା ଅନ୍ତର୍ଗତ ବରପଦା ଠାରେ ଥିବା କେ. ଜେ. ଏସ୍. ଆହ୍ଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ । ଆଜି ଅପରାହ୍ନରେ ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ନେସରେ ଏହି ବିସ୍ଫୋରଣ ଘଟିଛି । ଘଟଣାରେ ୧୦ ଜଣ ଶ୍ରମିକ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ନେସରେ ଏହି ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଯୋଗୁଁ ଇଣ୍ଡକ୍ସନ ଫର୍ନେସରୁ ତରଳ ଲୁହା ଛିଟିକିଥିଲା । ସେଠାରେ କାମରେ ନିୟୋଜିତ ଥିବା ଶ୍ରମିକଙ୍କ ଉପରେ ଏହି ତରଳ ପଦାର୍ଥ ପଡ଼ିବାରୁ ସେମାନଙ୍କ ମଧ୍ୟରୁ ୧୦ ଜଣ ଶ୍ରମିକ ପୋଡ଼ିହୋଇ ଗୁରୁତର ଆହତ ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଥିବା କୁହାଯାଉଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି। ତେବେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।୪୪ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଟ୍ବିନ୍ ସିଟିରେ ସାମାନ୍ୟ ଆଶ୍ୱସ୍ତିଏ ସମସ୍ତ ଶ୍ରମିକ ବାହାର ରାଜ୍ୟର ବୋଲି ଜଣାପଡିଛି । ସୁରକ୍ଷାରେ ଅବହେଳା କାରଣରୁ ବାରମ୍ବାର ଏହି ପ୍ଲାଣ୍ଟରେ ବିସ୍ଫୋରଣ ଘଟି ଶ୍ରମିକଙ୍କ ଜୀବନ ହାନି ଘଟୁଥିଲେ ବି ପ୍ଲାଣ୍ଟ କର୍ତ୍ତୃପକ୍ଷ ଚେତୁ ନାହାନ୍ତି । ଗତ ୨୦୧୭ ମସିହାରେ ଇଣ୍ଡକ୍ସନ ଫର୍ନେସରେ ବିସ୍ଫୋରଣ ଘଟି ଶ୍ରମିକଙ୍କ ମୃତ୍ୟୁ ଘଟ
ବଡ଼ବିଲ: କେନ୍ଦୁଝର ଜିଲ୍ଲାର ରୁଗୁଡ଼ି ଥାନା ଅନ୍ତର୍ଗତ ବରପଦା ଠାରେ ଥିବା କେ. ଜେ. ଏସ୍. ଆହ୍ଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ । ଆଜି ଅପରାହ୍ନରେ ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ନେସରେ ଏହି ବିସ୍ଫୋରଣ ଘଟିଛି । ଘଟଣାରେ ୧୦ ଜଣ ଶ୍ରମିକ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ପ୍ଲାଣ୍ଟର ଇଣ୍ଡକ୍ସନ ଫର୍ନେସରେ ଏହି ବିସ୍ଫୋରଣ ଘଟିଛି । ବିସ୍ଫୋରଣ ଯୋଗୁଁ ଇଣ୍ଡକ୍ସନ ଫର୍ନେସରୁ ତରଳ ଲୁହା ଛିଟିକିଥିଲା । ସେଠାରେ କାମରେ ନିୟୋଜିତ ଥିବା ଶ୍ରମିକଙ୍କ ଉପରେ ଏହି ତରଳ ପଦାର୍ଥ ପଡ଼ିବାରୁ ସେମାନଙ୍କ ମଧ୍ୟରୁ ୧୦ ଜଣ ଶ୍ରମିକ ପୋଡ଼ିହୋଇ ଗୁରୁତର ଆହତ ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଥିବା କୁହାଯାଉଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି। ତେବେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।
୪୪ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଟ୍ବିନ୍ ସିଟିରେ ସାମାନ୍ୟ ଆଶ୍ୱସ୍ତି
ଏ ସମସ୍ତ ଶ୍ରମିକ ବାହାର ରାଜ୍ୟର ବୋଲି ଜଣାପଡିଛି । ସୁରକ୍ଷାରେ ଅବହେଳା କାରଣରୁ ବାରମ୍ବାର ଏହି ପ୍ଲାଣ୍ଟରେ ବିସ୍ଫୋରଣ ଘଟି ଶ୍ରମିକଙ୍କ ଜୀବନ ହାନି ଘଟୁଥିଲେ ବି ପ୍ଲାଣ୍ଟ କର୍ତ୍ତୃପକ୍ଷ ଚେତୁ ନାହାନ୍ତି । ଗତ ୨୦୧୭ ମସିହାରେ ଇଣ୍ଡକ୍ସନ ଫର୍ନେସରେ ବିସ୍ଫୋରଣ ଘଟି ଶ୍ରମିକଙ୍କ ମୃତ୍ୟୁ ଘଟିଥିଲାବେଳେ, ଗତ ଜାନୁଆରୀ ମାସରେ ପୁଣି ବିସ୍ଫୋରଣ ଘଟିଥିଲା ।