ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ

ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ ଟାଉନ ଥାନାର ପ୍ରଶାନ୍ତି ହୋଟେଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିକ୍ରମ ରାଉତରାୟ। ତାଙ୍କ ଘର ଜଗତସିଂପୁର ଜିଲାରେ। ଆହତ ବ୍ୟକ୍ତି ଜଣଙ୍କ ହେଲେ କରଣ ବୀର ଗୋପୀ। ତାଙ୍କୁ ଗୁରୂତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବିକ୍ରମ ଓ […] The post ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ appeared first on Dharitri Odia News.

ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ

ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ ଟାଉନ ଥାନାର ପ୍ରଶାନ୍ତି ହୋଟେଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିକ୍ରମ ରାଉତରାୟ। ତାଙ୍କ ଘର ଜଗତସିଂପୁର ଜିଲାରେ। ଆହତ ବ୍ୟକ୍ତି ଜଣଙ୍କ ହେଲେ କରଣ ବୀର ଗୋପୀ। ତାଙ୍କୁ ଗୁରୂତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବିକ୍ରମ ଓ ବୀର ସକାଳେ ଏକ ବାଇକ୍‌ ଯୋଗେ ଘରୋଇ କମ୍ପାନୀକୁ ଡି୍ୟୁଟିକୁ ଯାଉଥିଲେ। ଏହି ସମୟରେ ଏକ ଟ୍ରକ ଦ୍ରୁତ ଗତିରେ ଆସି ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଦୁଇ ଜଣଙ୍କ ଛିଟିକି ତଳେ ପଡ଼ିଯାଇଥିଲେ। ଟ୍ରକ୍ଟି ଉଭୟଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ବିକ୍ରମଙ୍କର ମୃତ୍ୟୁ ଘଟିଥିବା ବେଳେ ବୀର ଆହତ ହୋଇଥିଲେ। ବୀରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘଟଣାପରେ ଦୁର୍ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତଦେହ ରଖି ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଫଳରେ ଜାତୀୟ ରାଜପଥରେ ଯାତାୟତ ଠପ ହୋଇଯାଇଥିଲା।

The post ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ appeared first on Dharitri Odia News.