ସକାଳୁଆ ହେଲା ଅଙ୍ଗନବାଡି, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
ଭୁବନେଶ୍ୱର ୦୧।୦୪ : ସ୍କୁଲ ପରେ ଏବେ ଅଙ୍ଗନବାଡି ସକାଳୁଆ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଅଙ୍ଗନବାଡି ବି ସକାଳୁଆ ହେବାକୁ ନିଷ୍ପତ୍ତି ନିଆଯାଉଛି । ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।ଯାହାକୁ ଦୃଷ୍ଟିରେ ସକାଳୁଆ ସ୍କୁଲ କରିବାକୁ ପୂର୍ବରୁ ଘୋଷଣା କରାଯାଇଥିଲା । ଆଉ ଏବେ ଅଙ୍ଗନବାଡି ମଧ୍ୟ ସକାଳୁଆ କରିବାକୁ ନିଷ୍ପତ୍ତି ନିଆଯାଉଛି । ସକାଳ ୭ଟାରୁ ୧୧ ଟା ୩୦ ଯାଏଁ ଅଙ୍ଗନବାଡି ଚାଲିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ସେହିପରି ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍ଏସ୍ ପ୍ୟାକେଟ୍ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ କ୍ରମାଗତ ଭାବେ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଭୁବନେଶ୍ୱର ୦୧।୦୪ : ସ୍କୁଲ ପରେ ଏବେ ଅଙ୍ଗନବାଡି ସକାଳୁଆ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଅଙ୍ଗନବାଡି ବି ସକାଳୁଆ ହେବାକୁ ନିଷ୍ପତ୍ତି ନିଆଯାଉଛି ।
ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।ଯାହାକୁ ଦୃଷ୍ଟିରେ ସକାଳୁଆ ସ୍କୁଲ କରିବାକୁ ପୂର୍ବରୁ ଘୋଷଣା କରାଯାଇଥିଲା । ଆଉ ଏବେ ଅଙ୍ଗନବାଡି ମଧ୍ୟ ସକାଳୁଆ କରିବାକୁ ନିଷ୍ପତ୍ତି ନିଆଯାଉଛି । ସକାଳ ୭ଟାରୁ ୧୧ ଟା ୩୦ ଯାଏଁ ଅଙ୍ଗନବାଡି ଚାଲିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ସେହିପରି ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍ଏସ୍ ପ୍ୟାକେଟ୍ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ କ୍ରମାଗତ ଭାବେ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।