ସଡକ ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

କଟକ: ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଣ୍ଡିଖୋଲ ଆଡୁ କଟକ ଆସୁଥିବାବେଳେ କଟକ ମଙ୍ଗୁଳି ସ୍ଥିତ ବଜରଙ୍ଗୀ ଓ୍ୱେ ବ୍ରିଜ୍‌ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ସୁଧାରକର ବସନ୍ତଙ୍କ ଗାଡି। କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି । ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିବା […]

ସଡକ ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର
film-director-sudhakar-basant-is-seriously-injured-in-a-road-accident-in-cuttack

କଟକ: ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଣ୍ଡିଖୋଲ ଆଡୁ କଟକ ଆସୁଥିବାବେଳେ କଟକ ମଙ୍ଗୁଳି ସ୍ଥିତ ବଜରଙ୍ଗୀ ଓ୍ୱେ ବ୍ରିଜ୍‌ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ସୁଧାରକର ବସନ୍ତଙ୍କ ଗାଡି। କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି । ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି । ମଙ୍ଗୁଳି ଛକ ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା ସୁଧାକରଙ୍କ କାର ।

ଦୁର୍ଘଟଣାରେ ସୁଧାକରଙ୍କ କାର୍ ଭାଙ୍ଗି ଚୁରମାର ହୋଇଯାଇଛି । ଚୌଦ୍ଵାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁଧାକର ଓ ତାଙ୍କ ଡ଼୍ରାଇଭରଙ୍କୁ କାରକୁ କାଟି ଉଦ୍ଧାର କରିଥିଲେ । ତୁରନ୍ତ ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି ।