ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି। ଭାଜପା ସରକାର ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ବିଜେଡି ପ୍ରସ୍ତୁତ ହୋଇଛି। ଏହି ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି। ଅନ୍ୟପକ୍ଷେ ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ପ୍ରଥମେ […] The post ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ appeared first on Dharitri Odia News.

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି। ଭାଜପା ସରକାର ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ବିଜେଡି ପ୍ରସ୍ତୁତ ହୋଇଛି। ଏହି ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି। ଅନ୍ୟପକ୍ଷେ ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ପ୍ରଥମେ ଗୃହରେ ବିଧାୟକମାନଙ୍କ ଜୟ ଶ୍ରୀରାମ ଏବଂ ଜୟ ଜଗନ୍ନାଥ ନାରା ଶୁଣିବାକୁ ମିଳିଥିଲା। ପରେ ଓଡ଼ିଆ ଅସ୍ମିତା କଥା ଉଠାଇ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରତିବାଦ କରିଥିଲେ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଛିଡା ହେଇ ପ୍ରତିବାଦ କରିଥିଲେ। ଏହା ସହିତ କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟ ଭାଗକୁ ଆସି ପ୍ରତିବାଦ କରିଥିଲେ । ଶେଷରେ ରାଜ୍ୟପାଳଙ୍କ ଅଭିଭାଷଣ ଚାଲିଥିବା ସମୟରେ ବିରୋଧୀ କକ୍ଷତ୍ୟାଗ କରିଥିଲେ । ଏହି ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ।

The post ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ appeared first on Dharitri Odia News.