ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
ସଫେଇ କାର୍ଯ୍ୟର ତଦାରଖ କରିବା ପାଇଁ ଯାଇଥିଲେ। ଠିକ୍ ସେତିକି ବେଳେ ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା ସୁନ୍ଦରଗଡ ପୌର ପରିଷଦର ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ଘଟଣାର ତଦନ୍ତ ଚଳାଇଛି।
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଜଣେ ବ୍ୟକ୍ତି ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ତାଙ୍କୁ ଆକ୍ରମଣ କରିଥିଲେ। ସାଥୀ ସଫେଇ କର୍ମଚାରୀମାନେ ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ବାବୁଲିଙ୍କୁ କିଏ ଓ କ’ଣ ପାଇଁ ହତ୍ୟା କଲା, ତାହା ଜଣାପଡ଼ି ନାହିଁ। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ହେଲେ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନି ପୁଲିସ୍। ଅନ୍ୟପକ୍ଷରେ ହତ୍ୟାକାରୀଙ୍କ ଗିରଫ ଦାବିରେ ମେଡିକାଲ୍ରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟାଉନ ଥାନା ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା ପ୍ରସମିତ ହୋଇଥିଲା।