ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା
ଭୁବନେଶ୍ୱର,୧୨।୮: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ ତତ୍କାଳ ପ୍ରଭାବରୁ ରଦ୍ଦ ଘୋଷଣା କରାଯାଇଛି । ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ପ୍ରଭୁକଲ୍ୟାଣ ପଟ୍ଟନାୟକ ଅଗଷ୍ଟ ୯ ତାରିଖରେ ଦୋରାଙ୍କୁ ଚିଠି ଲେଖି ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାରଙ୍କ ନିର୍ଦ୍ଦେଶ ଆଧାରରେ […] The post ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା appeared first on Dharitri Odia News.
ଭୁବନେଶ୍ୱର,୧୨।୮: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ ତତ୍କାଳ ପ୍ରଭାବରୁ ରଦ୍ଦ ଘୋଷଣା କରାଯାଇଛି । ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ପ୍ରଭୁକଲ୍ୟାଣ ପଟ୍ଟନାୟକ ଅଗଷ୍ଟ ୯ ତାରିଖରେ ଦୋରାଙ୍କୁ ଚିଠି ଲେଖି ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାରଙ୍କ ନିର୍ଦ୍ଦେଶ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଅବଗତ କରାଇଛନ୍ତି।
୨୦୨୪ ଜୁଲାଇ ୩୧ରେ ସମବାୟ ରେଜିଷ୍ଟ୍ରାର ଦୋରା ସଭାପତି ଥିବା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିକୁ ତତ୍କାଳ ପ୍ରଭାବରୁ ନିଲମ୍ବିତ କରିଥିଲେ। ସେହିପରି ରାଜ୍ୟ ସମବାୟ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଦୋରାଙ୍କ ବିରୋଧରେ ଅର୍ଥ ତୋଷାରପାତ ଅଭିଯୋଗର ପ୍ରମାଣ ମିଳି ସାରିଥିବାରୁ ସମ୍ପୃକ୍ତ ଅର୍ଥକୁ ତାଙ୍କଠୁ ଆଦାୟ ନିମନ୍ତେ ଆଇନଗତ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଆବଶ୍ୟକ ପଡ଼ିଲେ ଏହି ଅର୍ଥ ତୋଷାରପାତ ଘଟଣାର ତଦନ୍ତ ପାଇଁ ଭିଜିଲାନ୍ସ ବିଭାଗକୁ ସୁପାରିସ କରାଯିବ । ଯେହେତୁ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ବୋର୍ଡକୁ ନିଲମ୍ବନ ସହ ଦୋରାଙ୍କୁ ଅଯୋଗ୍ୟ ଘୋଷଣା କରି ପଦବୀରୁ ହଟାଯାଇଛି, ତେଣୁ ‘ଆପେକ୍ସ ବ୍ୟାଙ୍କ ସଭାପତି’ ପଦ ପାଇଁ ଆଉଥରେ ନିର୍ବାଚନ ହେବାର ସମ୍ଭାବନା ରହିଛି । ଏନେଇ ସରକାରଙ୍କ ସବୁଜ ସଙ୍କେତ ମିଳିବା ପରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ ।
The post ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା appeared first on Dharitri Odia News.