ସମରଝୋଳ ଛକରେ ଭୟଙ୍କର ଦୁର୍ଘଟଣା, ବସ୍-ଟ୍ୟାଙ୍କର ଧକ୍କାରେ ଚାଲିଗଲା ୪ ଜୀବନ

ଆସ୍କା ୨୨।୦୮ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ସମରଝୋଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ସହ ଟ୍ୟାଙ୍କରର ଜୋରଦାରା ଧକ୍କା । ଯାହାଫଳରେ ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଏକ ଘରୋଇ ବସ୍‌ଟି ଭଞ୍ଜନଗରରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରୀ ନେଇ ଯାଉଥିଲା । ହେଲେ ଗାଡିଟି ହିଞ୍ଜିଳି ଥାନା ସମରଝୋଳ ନିକଟରେ ଏକ ଟ୍ୟାଙ୍କର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି ଆଉ କିଛି ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ହେଲେ ସେତେବେଳକୁ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଏହି ଭୟଙ୍କର ଦୁର୍ଘଟଣାରେ ମୋଟ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ସେହିପରି ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ସଂପର୍କରେ କୌଣସି ସୂଚନା ମିଳିନାହିଁ । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । 

ସମରଝୋଳ ଛକରେ ଭୟଙ୍କର ଦୁର୍ଘଟଣା, ବସ୍-ଟ୍ୟାଙ୍କର ଧକ୍କାରେ ଚାଲିଗଲା ୪ ଜୀବନ

ଆସ୍କା ୨୨।୦୮ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ସମରଝୋଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ସହ ଟ୍ୟାଙ୍କରର ଜୋରଦାରା ଧକ୍କା । ଯାହାଫଳରେ ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ଖବର ଅନୁଯାୟୀ, ଏକ ଘରୋଇ ବସ୍‌ଟି ଭଞ୍ଜନଗରରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରୀ ନେଇ ଯାଉଥିଲା । ହେଲେ ଗାଡିଟି ହିଞ୍ଜିଳି ଥାନା ସମରଝୋଳ ନିକଟରେ ଏକ ଟ୍ୟାଙ୍କର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି ଆଉ କିଛି ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ହେଲେ ସେତେବେଳକୁ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଏହି ଭୟଙ୍କର ଦୁର୍ଘଟଣାରେ ମୋଟ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି । 

ସେହିପରି ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ସଂପର୍କରେ କୌଣସି ସୂଚନା ମିଳିନାହିଁ । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।