ସମସ୍ତ ଆରଟିଓଙ୍କୁ ପରିବହନ କମିସନରଙ୍କ ଚିଠି : ଯାଞ୍ଚ କର ସବୁ ସ୍କୁଲ ବସ୍‌

ଭୁବନେଶ୍ୱର : ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର‌) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା ଅନିବାର୍ଯ୍ୟ । ଯଦି ଏପରି ହୋଇ ନାହିଁ ତେବେ ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ […]

ସମସ୍ତ ଆରଟିଓଙ୍କୁ ପରିବହନ କମିସନରଙ୍କ ଚିଠି : ଯାଞ୍ଚ କର ସବୁ ସ୍କୁଲ ବସ୍‌
Transport Commissioner's letter to all RTOs Check all school buses

ଭୁବନେଶ୍ୱର : ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର‌) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା ଅନିବାର୍ଯ୍ୟ । ଯଦି ଏପରି ହୋଇ ନାହିଁ ତେବେ ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ନିର୍ଦ୍ଦେଶ ଦେଇଛନ୍ତି।

ଅଗ୍ନି ନିରାପତ୍ତା ନିୟମ ଠିକ୍ ଭାବରେ ପାଳନ ହେଉଛି କି ନାହିଁ ସେ ସଂପର୍କରେ ବିଭିନ୍ନ ସମୟରେ ରାଜ୍ୟ ପରିବହନ ପ୍ରାଧୂକରଣ ପଦକ୍ଷେପ ଗ୍ରହଣ କରି ଆସିଥିବାବେଳେ ଆଗକୁ ଏହାକୁ ଅଧିକ ବ୍ୟାପକ କରିବାକୁ ନିଷ୍ପରି ହୋଇଛି । ସ୍କୁଲ ବସ୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯିବ । ସମସ୍ତ ଜୋନ୍ ଉପପରିବହନ ଆୟୁକ୍ତ ଏବଂ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଭାବେ ଏହାର ଯାଞ୍ଚ କରିବେ । କୌଣସି ସ୍କୁଲ ବସ୍ ଏହାର ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିସନର କମିସନର ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ନିଜ ନିଜ ଅଞ୍ଚଳରେ ଏହି ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ନିମନ୍ତେ ମୋଟର ଯାନ ନିରୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସ୍କୁଲ ବସରେ ଫାୟାର ଡିଟେକ୍‌ସନ୍ ଆଲାର୍ମ ସିଷ୍ଟମ୍ (ଏଫ୍‌ଡିଏଏସ୍), ଫାୟାର ଡିଟେକ୍‌ସନ୍ ସପ୍ରେସନ୍ ସିଷ୍ଟମ୍ (ଏଫ୍‌ଡିଏସ୍ଏସ୍) ଓ ଫାୟାର ଆଲାର୍ମ ପ୍ରୋଟେକସନ୍ ସିଷ୍ଟମ୍ (ଏଫ୍‌ଏପିଏସ୍) ବ୍ୟବସ୍ଥା ଆବଶ୍ୟକ ଭାବେ ଲାଗୁ କରିବାକୁ ବାଧ୍ୟତାମୂଳକ ନିୟମ ରହିଛି । ଅଗ୍ନି ଅଘଟଣ ରୋକିବା ଓ ମୁକାବିଲା ଦିଗରେ ଏହା ସହାୟକ ହୋଇଥାଏ । ତେଣୁ ବସରେ ଯାତ୍ରା କରୁଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏକ ଏହା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । କେନ୍ଦ୍ରୀୟ ମୋଟର ଯାନ ଆଇନ ୧୯୮୯ର ନିୟମ ୧୨୫ସି ଅନୁସାରେ ସମସ୍ତ ସ୍କୁଲ ବସରେ ଏଆଇଏସ୍ ୧୩୫ ଆଧା ଧାରରେ ଏହି ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଠିକ୍ ଭାବେ ଅନୁପାଳନ ହେବା ଆବଶ୍ୟକ । ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁ କ୍ଷାନୁଷ୍ଠାନ ସହ ଅନୁବନ୍ଧିତ ହୋଇ ଛାତ୍ରଛାତ୍ରୀଙ୍କୁ ପରିବହନ କରୁଥିବା ବସ୍ ମାଲିକମାନେ ଏହି ନିୟମ ନିଶ୍ଚିତ ଭାବରେ ପାଳନ କରିବା ନିମନ୍ତେ ଆଇନରେ ପ୍ରାବଧାନ ରହିଛି ।

କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରତି କୌଣସି ଅଣଦେଖାକୁ ବରଦାସ୍ତ କରାଯିବ ନାହିଁ ବୋଲି ଦର୍ଶାଯାଇ ନିୟମ ଉଲ୍ଲଙ୍ଘନ କରୁଥିବା ବସ୍‌ଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ ରଦ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏକ୍ଷେତ୍ରରେ ଶୂନ୍ୟ ସହନଶୀଳ ନୀତି ଅବଲମ୍ବନ କରିବାକୁ ଅଧିକାରୀମାନଙ୍କୁ ରାଜ୍ୟ ପରିବହନ କମିସନର ଶ୍ରୀ ଠାକୁର ନିର୍ଦ୍ଦେଶ ଦେଇଛନ୍ତି ।