ସମସ୍ତ ବରିଷ୍ଠ ନାଗରିକ ହେବେ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ

ଭୁବନେଶ୍ୱର : ବରିଷ୍ଠ ନାଗରିକଙ୍କୁ ମିଳିବ ସ୍ବାସ୍ଥ୍ୟ ସୁରକ୍ଷା। ଆୟୁଷ୍ମାନ ସ୍ୱାସ୍ଥ୍ୟ କାର୍ଡ ଅଧୀନରେ ସମସ୍ତ ୭୦ ବର୍ଷ ବୟସରୁ ଅଧିକ ନାଗରିକ ପାଇବେ ସ୍ୱାସ୍ଥ୍ୟ ସେବା । ଏନେଇ ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତି ନିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ବର୍ତ୍ତମାନ ୭୦ବର୍ଷରୁ ଅଧିକ ସମସ୍ତ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ଲାଭ […]

ସମସ୍ତ ବରିଷ୍ଠ ନାଗରିକ ହେବେ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ
ସମସ୍ତ ବରିଷ୍ଠ ନାଗରିକ ହେବେ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ

ଭୁବନେଶ୍ୱର : ବରିଷ୍ଠ ନାଗରିକଙ୍କୁ ମିଳିବ ସ୍ବାସ୍ଥ୍ୟ ସୁରକ୍ଷା। ଆୟୁଷ୍ମାନ ସ୍ୱାସ୍ଥ୍ୟ କାର୍ଡ ଅଧୀନରେ ସମସ୍ତ ୭୦ ବର୍ଷ ବୟସରୁ ଅଧିକ ନାଗରିକ ପାଇବେ ସ୍ୱାସ୍ଥ୍ୟ ସେବା । ଏନେଇ ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତି ନିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ବର୍ତ୍ତମାନ ୭୦ବର୍ଷରୁ ଅଧିକ ସମସ୍ତ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ଲାଭ ପାଇବେ। ଏହା ଦ୍ବାରା ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ନିକଟରେ ଅନୁଷ୍ଠିତ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି ଏହାର ନିର୍ବାଚନୀ ଇସ୍ତାହାର ଆୟୁଷ୍ମାନ କାର୍ଡ ଅଧୀନରେ ଦେଶର ୭୦ ବର୍ଷରୁ ଅଧିକ ବୟସର ସମସ୍ତ ନାଗରିକଙ୍କୁ ୫ ଲକ୍ଷ ଟଙ୍କା ମୂଲ୍ୟର ଚିକିତ୍ସା ପାଇବେ ବୋଲି ଘୋଷଣା କରିଥିଲା ।