ସମସ୍ତ ସରକାରୀ ଗାଡିରେ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ହେବ ବ୍ୟବହାର
ଭୁବନେଶ୍ବର: ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ବ୍ୟବହାର କରାଯିବ । ସମସ୍ତ ବିଭାଗୀୟ ପତ୍ରାଳାପରେ... The post ସମସ୍ତ ସରକାରୀ ଗାଡିରେ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ହେବ ବ୍ୟବହାର appeared first on .
ଭୁବନେଶ୍ବର: ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ବ୍ୟବହାର କରାଯିବ । ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ବ୍ୟବହାର କରାଯିବ । ଏନେଇ ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ସମସ୍ତ ସରକାରୀ ଗାଡିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର ବିଭିନ୍ନ ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟର କାନ୍ଥରେ ମଧ୍ୟ ଏହାକୁ ଚିତ୍ରଣ କରାଯିବ । ଏପରିକି ଜିଲ୍ଲା ସ୍ତରରେ ମଧ୍ୟ ଏହାର ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ ।ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ସ୍ବତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଭବିଷ୍ୟତ ତଥା ଯୁବପିଢ଼ିଙ୍କ ପାଖରେ ଓଡ଼ିଆ ଭାଷା କିଭଳି ଆହୁରି ଆଦୃତି ଲାଭ କରିବ ଏବଂ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଆମ ଭାଷା କିପରି ଆଗକୁ ବଢ଼ିପାରିବ ଏହି ସମ୍ମିଳନୀ କାର୍ଯ୍ୟପନ୍ଥା ନିର୍ଣ୍ଣୟ କରିବ । ଏ ସମ୍ପର୍କରେ ଭାଷାବିତ ଓ ବୁଦ୍ଧିଜୀବୀ ମାନେ ସମ୍ମିଳନୀର ବିଭିନ୍ନ ସୋପାନରେ ବିଚାର- ବିମର୍ଷ କରିବେ । ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍, ଛାତ୍ରଛାତ୍ରୀ ଏବଂ ଭାଷାକୁ ନେଇ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥିବା ବ୍ୟକ୍ତିବିଶେଷ ମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷାକରିବାରେ ଏହି ସମ୍ମିଳନୀ ଏକ ବଳିଷ୍ଠ ମାଧ୍ୟମ ହେବ ।
The post ସମସ୍ତ ସରକାରୀ ଗାଡିରେ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ହେବ ବ୍ୟବହାର appeared first on .