ସମସ୍ୟା ସମାଧାନ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା
ଭୁବନେଶ୍ୱର : ବିଭିନ୍ନ ସମସ୍ୟା ନେଇ ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଏହି ଦାବିଗୁଡିକ ମଧ୍ୟରେ, ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍ ପ୍ରଦାନ ଓଷ୍ଟାର ପ୍ରମୁଖ ଦାବି ରହିବ। ଏ ନେଇ ରବିବାର ଓଷ୍ଟା ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଓଷ୍ଟା ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍ ପ୍ରଦାନ, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ, ସପ୍ତମ […]

ଭୁବନେଶ୍ୱର : ବିଭିନ୍ନ ସମସ୍ୟା ନେଇ ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଏହି ଦାବିଗୁଡିକ ମଧ୍ୟରେ, ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍ ପ୍ରଦାନ ଓଷ୍ଟାର ପ୍ରମୁଖ ଦାବି ରହିବ। ଏ ନେଇ ରବିବାର ଓଷ୍ଟା ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଓଷ୍ଟା ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍ ପ୍ରଦାନ, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ, ସପ୍ତମ ବେତନ ଓ ନୂତନ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।
ବିଭିନ୍ନ ସମୟରେ ଏହି ଦାବି ଗୁଡିକ ଉପସ୍ଥାପନ କରାଯାଉଥିଲେ ମଧ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି ଇ ଯାହା ଫଳରେ ଚଳିତବର୍ଷ ଜାନୁୟାରୀ ୩୧ ତାରିଖ ସୁଦ୍ଧା ଏହି ଦାବି ଯଦି ରାଜ୍ୟ ସରକାର ପୁରାଣ ନକରିବେ ତେବେ ଆଗାମୀ ଫେବୃଆରୀ ମାସରୁ ଭୁବନେଶ୍ୱର ଲୋୟର ପିଏମଜିରେ ହଜାର ହଜାର ଶିକ୍ଷକ ଧାରଣା ଦେବେ I
ଓଷ୍ଟାର ଆହ୍ବାନରେ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କର ସାମାଜିକ ସୁରକ୍ଷା ପାଇଁ ହଜାର ହଜାର ସଂଖ୍ୟାରେ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ଅଭିଭାବକ, ପୁରାତନ ଛାତ୍ର ଓ ପ୍ରାଥମିକଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷକ ଏବଂ ଶିକ୍ଷାକର୍ମଚାରୀଙ୍କୁ ନେଇ ଏକ ମହାସମାବେଶ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ କରାଯିବ। ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସି ରହିବେ।