ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ

ପୁରୀ: ପୁଣି ପୁରୀ ସମୁଦ୍ରରେ ଅଘଟଣ। ସମୁଦ୍ରରେ ଗାଧୋଇବା ବେଳେ ନିଖୋଜ ହୋଇଗଲେ ଯୁବକ। ଖବର ପାଇ ଅଗ୍ନିଶମ ବାହିନୀ... The post ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ appeared first on .

ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ

ପୁରୀ: ପୁଣି ପୁରୀ ସମୁଦ୍ରରେ ଅଘଟଣ। ସମୁଦ୍ରରେ ଗାଧୋଇବା ବେଳେ ନିଖୋଜ ହୋଇଗଲେ ଯୁବକ। ଖବର ପାଇ ଅଗ୍ନିଶମ ବାହିନୀ ଏବଂ ଲାଇଫ ଗାର୍ଡମାନେ ସମୁଦ୍ର ଭିତରେ ବହୁ ଖୋଜାଖୋଜି କରିଥିଲେ ସୁଦ୍ଧା ନିଖୋଜ ଯୁବକଙ୍କ ପତ୍ତା ମିଳିପାରି ନାହିଁ। ନିଖୋଜ ହୋଇଥିବା ଯୁବକ ଜଣକ ହେଉଛନ୍ତି ଭଦ୍ରକ ଅଞ୍ଚଳର ଆୟୁଷ ମହାପାତ୍ର। ରବିବାର ସକାଳେ ଆୟୁଷ ତାଙ୍କ ସାଙ୍ଗ ମାନଙ୍କ ସହ ପୁରୀ ବୁଲିବାକୁ ଆସିଥିବା ବେଳେ ସମୁଦ୍ରରେ ସ୍ନାନ କରୁଥିଲେ। ତେବେ ଏକ ବଡ଼ ଲହଡ଼ି ଆସିବା ଯୋଗୁ ଗଭୀର ସମୁଦ୍ର ଭିତରକୁ ଆୟୁଷ ଚାଲି ଯାଇଥିଲେ‌। ସେଠାରେ ତାଙ୍କ ସାଙ୍ଗମାନେ ଚିତ୍କାର କରିବା ସହ ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଦୀର୍ଘ ସମୟ ଧରି ସମୁଦ୍ର ଭିତରେ ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ ମଧ୍ୟ ଆୟୁଷଙ୍କର କୌଣସି ପତ୍ତା ମିଳି ପାରିନଥିଲା।

The post ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ appeared first on .